https://youtube.com/live/cUCOYbi0NK0?feature=share
ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନା କୌଣସି କଥାରେ ମୋତେ ପଚାରୁଛନ୍ତି ନା କୌଣସି ପରାମର୍ଶ ନେଉଛନ୍ତି । ମୁଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପାଇଁ ଅଲୋଡ଼ା ହୋଇଯାଇଛି । ଖାଲି ସେତିକି ନୁହେଁ ରଥଯାତ୍ରା ସମୟରେ କେବଳ ରଥ ଉପରକୁ ଯିବା ବ୍ୟତୀତ ମୋର ଆଉ କିଛି ସମ୍ପର୍କ ନାହିଁ । ଏଭଳି କିଛି କ୍ଷୋଭ ପ୍ରକାଶ କରିଛନ୍ତି ପୁରୀ ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚିଳାନନ୍ଦ ସରସ୍ୱତୀ । ଶ୍ରୀମନ୍ଦିର ଚାରିଦ୍ୱାରା ଖୋଲିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଶଙ୍କରାଚାର୍ଯ୍ୟ । କହିଛନ୍ତି ମୋତେ କେହି ପଚାରୁନାହାଁନ୍ତି ।
ଗୁଜରାଟରେ ଅନୁଷ୍ଠିତ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦେଇ ଶଙ୍କରାଚାର୍ଯ୍ୟ କ୍ଷୋଭ ପ୍ରକାଶ କରିଛନ୍ତି । ଶ୍ରୀମନ୍ଦିର ପ୍ରସଙ୍ଗରେ ତାଙ୍କ ଠାରୁ କୌଣସି ମତାମତ ନିଆଯାଉନାହିଁ ବୋଲି କହିଛନ୍ତି ।ଶାସନତନ୍ତ୍ର, ଶ୍ରମନ୍ଦିର ପରିଚାଳନା କମିଟି, ସେବାୟତ ସମସ୍ତେ ଦୂରତା ଅବଲମ୍ବନ କରୁଥିବା କହିଛନ୍ତି ଶଙ୍କରାଚାର୍ଯ୍ୟ । ଶ୍ରୀମନ୍ଦିରର ଯେକୌଣସି କାର୍ଯ୍ୟରେ ତାଙ୍କର ପରାମର୍ଶ ନେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିଲେ ମଧ୍ୟ ସମସ୍ତେ ଅଣଦେଖା କରୁଛନ୍ତି ବୋଲି ସେ କ୍ଷୋଭର ସହ କହିଛନ୍ତି ।