Masthead

ମୁଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପାଇଁ ଅଲୋଡ଼ା ହୋଇଯାଇଛି: ଶଙ୍କରାଚାର୍ଯ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନା କୌଣସି କଥାରେ ମୋତେ ପଚାରୁଛନ୍ତି ନା କୌଣସି ପରାମର୍ଶ ନେଉଛନ୍ତି । ମୁଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପାଇଁ ଅଲୋଡ଼ା ହୋଇଯାଇଛି । ଖାଲି ସେତିକି ନୁହେଁ ରଥଯାତ୍ରା ସମୟରେ କେବଳ ରଥ ଉପରକୁ ଯିବା ବ୍ୟତୀତ ମୋର ଆଉ କିଛି ସମ୍ପର୍କ ନାହିଁ । ଏଭଳି କିଛି କ୍ଷୋଭ ପ୍ରକାଶ କରିଛନ୍ତି ପୁରୀ ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚିଳାନନ୍ଦ ସରସ୍ୱତୀ । ଶ୍ରୀମନ୍ଦିର ଚାରିଦ୍ୱାରା ଖୋଲିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଶଙ୍କରାଚାର୍ଯ୍ୟ । କହିଛନ୍ତି ମୋତେ କେହି ପଚାରୁନାହାଁନ୍ତି ।

ଗୁଜରାଟରେ ଅନୁଷ୍ଠିତ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦେଇ ଶଙ୍କରାଚାର୍ଯ୍ୟ କ୍ଷୋଭ ପ୍ରକାଶ କରିଛନ୍ତି । ଶ୍ରୀମନ୍ଦିର ପ୍ରସଙ୍ଗରେ ତାଙ୍କ ଠାରୁ କୌଣସି ମତାମତ ନିଆଯାଉନାହିଁ ବୋଲି କହିଛନ୍ତି ।ଶାସନତନ୍ତ୍ର, ଶ୍ରମନ୍ଦିର ପରିଚାଳନା କମିଟି, ସେବାୟତ ସମସ୍ତେ ଦୂରତା ଅବଲମ୍ବନ କରୁଥିବା କହିଛନ୍ତି ଶଙ୍କରାଚାର୍ଯ୍ୟ  । ଶ୍ରୀମନ୍ଦିରର ଯେକୌଣସି କାର୍ଯ୍ୟରେ ତାଙ୍କର ପରାମର୍ଶ ନେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିଲେ ମଧ୍ୟ ସମସ୍ତେ ଅଣଦେଖା କରୁଛନ୍ତି ବୋଲି ସେ କ୍ଷୋଭର ସହ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର