Masthead

ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ମିଳନସ୍ଥଳ ପାଲଟିବ ଶଙ୍ଖ ଭବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକାର୍ପିତ ହେଲା ‘ଶଙ୍ଖ ଭବନ’ । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହେବ ‘ଶଙ୍ଖ ଭବନ’ । ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ମିଳନସ୍ଥଳ ପାଲଟିବ ଶଙ୍ଖ ଭବନ । ଏଠାରେ ହେବାକୁ ଥିବା ପ୍ରତ୍ୟେକ କାର୍ଯ୍ୟକ୍ରମ ରାଜ୍ୟବାସୀଙ୍କ ସେବାରେ ସମର୍ପିତ । ବିଶ୍ୱ ଦରବାରରେ ରାଜ୍ୟର କେମିତି ଟେକ ରହିବ ସେ ଦିଗରେ ଏହା କାର୍ଯ୍ୟ କରିବ । ଶଙ୍ଖ ଭବନ ଭୌତିକ, ସାମଜିକ, ରାଜନୈତିକ ଓ ଅର୍ଥନୈତିକ ଉନ୍ନତି ପାଇଁ କାର୍ଯ୍ୟକରିବ ତାହା ନୁହେଁ, ଏହା ଜଗନ୍ନାଥ ସଂସ୍କୃତି ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ କେନ୍ଦ୍ର ମଧ୍ୟ ହେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଜୁ ବାବୁଙ୍କ ଆଦର୍ଶ, ସେବା, ସଂଗ୍ରାମ ଓ ସ୍ୱାଭିମାନର ମନ୍ତ୍ର ନେଇ ବିଜେଡି ଜନ୍ମ ନେଇଥିଲା । ୧୯୯୭ରୁ ଓଡ଼ିଶା ରାଜନୀତିରେ ନୂଆ ଯୁଗର ଆରମ୍ଭ ହୋଇଛି । ସ୍ଥିରତା ଯୋଗୁ ଦଳକୁ ସଫଳତା ମିଳିଛି । ଶାନ୍ତି ଆମକୁ ସମୃଦ୍ଧି ଦେଇଛି । ଶଙ୍ଖ ଭବନ ନିର୍ମାଣରେ ଅବଦାନ ରଖିଥିବା ସମସ୍ତ ଶ୍ରମିକଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଖାଲି ସେତିକି ନୁହେଁ ଛାତ୍ର, ଛାତ୍ରୀ, ଯୁବ ନେତା, କର୍ମୀ ଓ ନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’