Masthead

ସନ୍ତୋଷ ଗଙ୍ଗୱାର ଓ ପୋଖରିୟାଲଙ୍କ ଇସ୍ତଫା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଇସ୍ତଫା ଦେଇଛନ୍ତି ସନ୍ତୋଷ ଗଙ୍ଗୱାର। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ) ଭାବେ କାମ କରୁଥିଲେ। ହେଲେ ଆଜି ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ସେ ନିଜ ପଦରୁ ଇସ୍ତଫା ଦେଇଥିବା ପିଟିଆଇ ସୂତ୍ରରୁ ଜଣାପଡ଼ିଛି। ୭୨ ବର୍ଷୀୟ ଗଙ୍ଗୱାର ଉତ୍ତର ପ୍ରଦେଶର ବରେଲୀ ନିର୍ବାଚନ ମଣ୍ଡଳୀକୁ ନିର୍ବାଚିତ ହୋଇଛନ୍ତି। ୧୯୮୯ରୁ କ୍ରମାଗତ ଭାବେ ସେ ଏହି ଆସନରୁ ଜିତି ଆସୁଥିଲେ। ତେବେ ୨୦୦୯ରେ ତାଙ୍କୁ ପରାସ୍ତ ହେବାକୁ ପଡ଼ିଥିଲା। କିନ୍ତୁ ସେ ପୁଣି ୨୦୧୪ ଓ ୨୦୧୯ରେ ଏଠାରୁ ଜିତି ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଶ୍ରମ ମନ୍ତ୍ରୀ ହେବା ପୂର୍ବରୁ ଟେକ୍ସଟାଇଲ ଓ ଅର୍ଥ ବିଭାଗର ରାଷ୍ଟ୍ରମନ୍ତ୍ରୀ ଭାବେ କାମ କରିଥିଲେ।

ସେହିପରି ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ମଧ୍ୟ ଇସ୍ତଫା ଦେଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସ୍ୱାସ୍ଥ୍ୟଗତ କାରଣରୁ ସେ ମନ୍ତ୍ରୀ ଭାବେ କାମ କରିବାକୁ ଚାହୁଁ ନଥିବାରୁ ପୂର୍ବରୁ ଜଣାପଡ଼ିଥିଲା। ଏହି କାରଣରୁ ତାଙ୍କୁ କ୍ୟାବିନେଟରୁ ବାଦ ଦେବାକୁ ମଧ୍ୟ ନିଷ୍ପତ୍ତି ହୋଇଥିଲା। ଏହି ଖବର ପ୍ରକାଶ ପାଇବା ପରେ ପୋଖରିୟାଲ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା କୁହାଯାଉଛି। ବେଙ୍ଗଲ ସାଂସଦ ତଥା ମହିଳା, ଶିଶୁ ବିକାଶ ରାଷ୍ଟ୍ରମନ୍ତ୍ରୀ ଦେବଶ୍ରୀ ଚୌଧୁରୀ ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ