Masthead

ସନ୍ତୋଷ ଗଙ୍ଗୱାର ଓ ପୋଖରିୟାଲଙ୍କ ଇସ୍ତଫା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଇସ୍ତଫା ଦେଇଛନ୍ତି ସନ୍ତୋଷ ଗଙ୍ଗୱାର। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ) ଭାବେ କାମ କରୁଥିଲେ। ହେଲେ ଆଜି ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ସେ ନିଜ ପଦରୁ ଇସ୍ତଫା ଦେଇଥିବା ପିଟିଆଇ ସୂତ୍ରରୁ ଜଣାପଡ଼ିଛି। ୭୨ ବର୍ଷୀୟ ଗଙ୍ଗୱାର ଉତ୍ତର ପ୍ରଦେଶର ବରେଲୀ ନିର୍ବାଚନ ମଣ୍ଡଳୀକୁ ନିର୍ବାଚିତ ହୋଇଛନ୍ତି। ୧୯୮୯ରୁ କ୍ରମାଗତ ଭାବେ ସେ ଏହି ଆସନରୁ ଜିତି ଆସୁଥିଲେ। ତେବେ ୨୦୦୯ରେ ତାଙ୍କୁ ପରାସ୍ତ ହେବାକୁ ପଡ଼ିଥିଲା। କିନ୍ତୁ ସେ ପୁଣି ୨୦୧୪ ଓ ୨୦୧୯ରେ ଏଠାରୁ ଜିତି ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଶ୍ରମ ମନ୍ତ୍ରୀ ହେବା ପୂର୍ବରୁ ଟେକ୍ସଟାଇଲ ଓ ଅର୍ଥ ବିଭାଗର ରାଷ୍ଟ୍ରମନ୍ତ୍ରୀ ଭାବେ କାମ କରିଥିଲେ।

ସେହିପରି ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ମଧ୍ୟ ଇସ୍ତଫା ଦେଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସ୍ୱାସ୍ଥ୍ୟଗତ କାରଣରୁ ସେ ମନ୍ତ୍ରୀ ଭାବେ କାମ କରିବାକୁ ଚାହୁଁ ନଥିବାରୁ ପୂର୍ବରୁ ଜଣାପଡ଼ିଥିଲା। ଏହି କାରଣରୁ ତାଙ୍କୁ କ୍ୟାବିନେଟରୁ ବାଦ ଦେବାକୁ ମଧ୍ୟ ନିଷ୍ପତ୍ତି ହୋଇଥିଲା। ଏହି ଖବର ପ୍ରକାଶ ପାଇବା ପରେ ପୋଖରିୟାଲ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା କୁହାଯାଉଛି। ବେଙ୍ଗଲ ସାଂସଦ ତଥା ମହିଳା, ଶିଶୁ ବିକାଶ ରାଷ୍ଟ୍ରମନ୍ତ୍ରୀ ଦେବଶ୍ରୀ ଚୌଧୁରୀ ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା