Masthead

ବିଜେଡିର ଜାତୀୟ ମୁଖପାତ୍ର ଭାବେ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିରେ ଯୋଗ ଦେଲେ ବିଶିଷ୍ଟ ଶିଳ୍ପପତି ସନ୍ତୃପ୍ତ ମିଶ୍ର । ଆଜି ନବୀନ ନିବାସ ଯାଇ ସେ ବିଜେଡିରେ ସାମିଲ ହୋଇଛନ୍ତି। ଯୋଗ ଦେବା କ୍ଷଣି ବିଜେଡିରେ ନୂଆ ଦାୟିତ୍ୱ ପାଇଲେ ସଂତୃପ୍ତ ମିଶ୍ର । ବିଜେଡିର ଜାତୀୟ ମୁଖପାତ୍ର ଭାବେ ସଂତୃପ୍ତ ମିଶ୍ରଙ୍କୁ ମିଳିଛି ଦାୟିତ୍ୱ । ସଂଜୟ ଦାସବର୍ମାଙ୍କୁ ମଧ୍ୟ ମୁଖପାତ୍ର ଦାୟିତ୍ୱ ଦେଲେ ସୁପ୍ରିମୋ ।

ଓଡ଼ିଶାକୁ ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଆଯାଉଥିବା ବିଭିନ୍ନ ଯୋଜନାର ସଫଳ ରୂପାୟନ ପାଇଁ ସେ ଚେଷ୍ଟା କରିବେ ବୋଲି କହିଛନ୍ତି। ଭାରତୀୟ ରାଜନୀତିରେ ବିଜେଡି ହେଉଛି ସବୁଠୁ ପ୍ରଗତିଶୀଳ ରାଜନୈତିକ ଦଳ । ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟ କରୁଥିଲେ। ସେ ୨୮ ବର୍ଷ ଧରି ଆଦିତ୍ୟ ବିର୍ଲା ଗ୍ରୁପରେ କାର୍ଯ୍ୟ କରୁଥିଲେ। ଏଥିସହ ବିର୍ଲା କାର୍ବନର ନିର୍ଦ୍ଦେଶକ ରହିଥିଲେ। ଆଦିତ୍ୟ ବିର୍ଲା ଗ୍ରୁପରେ କର୍ମଚାରୀଙ୍କୁ ସୁହାଇଲା ଭଳି ସେ ଅନେକ ପଦକ୍ଷେପ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ