Masthead

ଶାରଜାରେ ରାଜ୍ କଲେ ବିରାଟ ବାହିନୀ

 

ଦୁବାଇ, (ବଡ଼ ଖବର ବ୍ୟୁରୋ) : ଆଇପିଏଲର ତ୍ରୟୋଦଶ ସିଜନର ୨୮ତମ ମ୍ୟାଚ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ନାମରେ ନାମିତ ହୋଇଛି | ସୋମବାର ରାତିରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଆରସିବି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) କୁ ୮୨ ରନରେ ପରାସ୍ତ କରିଛି। କୋଲକାତା ଦଳ ଆଗରେ ୧୯୫ ରନ୍‌ର ଟାର୍ଗେଟ ଥିଲା। ମାତ୍ର କୋଲକତା ନିର୍ଦ୍ଧାରିତ 20 ଓଭରରେ କେବଳ ୧୧୨/୯ ରନ୍ କରିପାରିଥିଲା । ଯିଏ ୩୩ ବଲରେ ଅପରାଜିତ ୭୩ ରନ୍ କରି ଏବି ଡି ଭିଲିୟର୍ସ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ପାଇଥିଲେ ।
ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ବାଙ୍ଗାଲୋରର ଦୁଇ ପ୍ରାରମ୍ଭିକ ବ୍ୟାଟ୍ସ ମ୍ୟାନ ଆରୋନ୍ ଫିଞ୍ଚ ଓ ଦେବୀଦତ୍ତ ପାଡିକଲ ଭଲ ଆରମ୍ଭ କରିଥିଲେ । ଏହା ପରେ ଅଧିନାୟକ ବିରାଟ କୋହଲି ଓ ଏବି ଡିଭିଲିୟର୍ସ ଦଳର ଇନିଂସ ସମ୍ଭାଳିଥିଲେ। ଡିଭିଲିୟର୍ସ ଧୂଆଁଧାର ବ୍ୟାଟିଂ କରି ମାତ୍ର ୨୩ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ଡିଭିଲିୟର୍ସଙ୍କ ଧୂଆଁଧାର ବ୍ୟାଟିଂ ବଳରେ ବେଙ୍ଗାଲୁରୁ ନିର୍ଦ୍ଧାରିତ ୨୦ ଓଭରରେ ୨ ଓ୍ଵିକେଟ୍ ହରାଇ ୧୯୪ ରନର ବିଶାଳ ସ୍କୋର ଛିଡା କରିଛି। କୋଲକାତା ନାଇଟ୍ ରାଇଡର୍ସ ତରଫରୁ ପ୍ରସିଦ୍ଧ କ୍ରିଷ୍ଣା ଓ ଆନ୍ଦ୍ରେ ରସେଲ ଗୋଟିଏ ଲେଖାଏଁ ଓ୍ଵିକେଟ୍ ନେଇଥିଲେ ।
୧୯୫ ରନର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା କୋଲକାତା ଆରମ୍ଭରୁ ବ୍ୟାଟିଂ ବିପର୍ଯୟ ହୋଇଥିଲା। ବାଙ୍ଗାଲୋରଙ୍କ ବୋଲରଙ୍କ ଆଗରେ କୌଣସି ବ୍ୟାଟ୍ସ ମ୍ୟାନ ତିଷ୍ଠି ପାରିନଥିଲେ। ଶୁଭମନ ଗିଲଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟସମ୍ୟାନ୍ ଭଲ ଖେଳିନଥିଲେ । ଫଳରେ କୋଲକାତା ୯ ଓ୍ଵିକେଟ୍ ୧୧୨ ରନରେ କରିପାରିଥିଲା । ବାଙ୍ଗାଲୋର ପକ୍ଷରୁ ଓ୍ୱାଶିଂଟନ ସୁନ୍ଦର ଓ କ୍ରିସ୍ ମୋରିସ ୨ଟି ଓ୍ୱିକେଟ୍ ନେଇଥିବା ବେଳେ ନବଦୀପ ସାଇନି, ୟୁଜବେନ୍ଦ୍ର ଚହଲ ଓ ଇସୁରୁ ଉଦାନା ଗୋଟିଏ ଲେଖାଏଁ ଓ୍ୱିକେଟ୍ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ