Masthead

ପୂର୍ବତନ ବାଚସ୍ପତି ଶରତ କରଙ୍କ ଦେହାନ୍ତ

ଭୁବନେଶ୍ୱର/ମାହାଙ୍ଗା, (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି ଶରତ କର ଆଉ ନାହାନ୍ତି। କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। କିଛି ସମୟ ପୂର୍ବରୁ ତାଙ୍କର ଦେହାନ୍ତ ହୋଇଥିବା ଶରତଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ୧୯୩୯ ସେପ୍ଟେମ୍ବର ୫ରେ କଟକ ଜିଲ୍ଲା ମାହାଙ୍ଗାରେ ଶରତ ଜନ୍ମଗ୍ରହଣ କରିଥିଲେ। ପ୍ରାଥମିକ ଶିକ୍ଷା ସମାପ୍ତ ପରେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରେ ସେ ଉଚ୍ଚଶିକ୍ଷା ଗ୍ରହଣ କରିଥିଲେ। ସେଠାରେ ସେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ଆହ୍ଲାବାଦରେ ଥିବାବେଳେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ସଂସ୍ପର୍ଶରେ ଆସିଥିଲେ। ଶାସ୍ତ୍ରିଜୀଙ୍କ ପରାମର୍ଶ କ୍ରମେ ସେ ଓଡ଼ିଶା ଫେରି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିଲେ।

୧୯୬୪ରେ ଶରତ ରାଜନୀତିରେ ଯୋଗଦେଇଥିଲେ। ସେବେଠାରୁ ବିଜୁବାବୁଙ୍କ ଅତ୍ୟନ୍ତ ଘନିଷ୍ଠ ସହଯୋଗୀ ଭାବେ ପରିଚିତ ହୋଇଥିଲେ ଶରତ। ଭାରତୀୟ ଜାତୀୟ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ, ଉତ୍କଳ କଂଗ୍ରେସ ଓ ପରେ ବିଜୁ ଜନତା ଦଳରେ ଯୋଗଦେଇଥିଲେ ସେ। ୧୯୭୭-୮୦ ସେ କଟକ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ୧୯୭୧-୭୪, ୧୯୯୦-୯୫, ୨୦୦୦-୦୪ କଟକ ଜିଲ୍ଲା ମାହାଙ୍ଗା ବିଧାନସଭା କ୍ଷେତ୍ରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଦୀର୍ଘ ରାଜନୈତିକ କ୍ୟାରିୟରରେ ଶରତ ଏକାଧିକ ଥର ରାଜ୍ୟ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ସହ ଦ୍ୱାଦଶ ବିଧାନସଭା (୨୦୦୦-୦୪)ର ବାଚସ୍ପତି ଦାୟିତ୍ୱ ତୁଲାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି