ସରପଞ୍ଚଙ୍କ ଆତ୍ମହୁତି ଧମକ

ପାରାଦୀପ (ବଡ଼ ଖବର ବ୍ୟୁରୋ): ସରପଞ୍ଚ ବିଡିଓଙ୍କ ମଧ୍ୟରେ ବିବାଦ । ଆତ୍ମହୁତି ଦେବେ ସରପଞ୍ଚ। ଦେହରେ କିରୋସିନ୍ ଢାଳି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମହୁତି ଦେବା ପାଇଁ ଚେତାବନୀ। ପାରାଦୀପ ନିର୍ବାଚନ ମଣ୍ଡଳୀ କୁଜଙ୍ଗ ବ୍ଲକ ସାଇଲୋ ପଞ୍ଚାୟତ ସରପଞ୍ଚ ସରୋଜ କୁମାର ସେଠୀ ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଗତ କିଛିଦିନ ହେବ କୁଜଙ୍ଗ ବିଡିଓ ଦିପକ ପ୍ରସାଦ ସ୍ବାଇଁ ଓ ସରପଞ୍ଚ ସରୋଜ ସେଠୀଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଯାହା ଫଳରେ ସାଧାରଣ ଲୋକଙ୍କ ସମସ୍ୟା ଉପରେ ପ୍ରଭାବ ପଡିବା ସହିତ ପଞ୍ଚାୟତରେ କୌଣସି ଉନ୍ନୟନ ମୂଳକ କାର୍ଯ୍ୟ ହୋଇ ପାରୁନାହିଁ।

ଏମିତିକି ବିଡିଓ ବାରମ୍ବାର ଅପମାନଜନକ ଶଦ୍ଦ ବ୍ୟବହାର କରିବା ସହିତ କୌଣସି କାର୍ଯ୍ୟରେ ସହଯୋଗ କରୁନଥିବା ନେଇ ସରପଞ୍ଚ ସରୋଜ କୁମାର ସେଠୀ ସାଇଲୋ ପଞ୍ଚାୟତ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ତାଙ୍କ ବିବୃତ୍ତି ରଖିଛନ୍ତି। ପୂର୍ବ ସରକାର ସମୟରେ ଏକ ପ୍ରୋଜେକ୍ଟ ଆପ୍ରୁଭାଲ କରିବାକୁ ନେଇ ବିଡିଓ ସରୋଜଙ୍କ ଠାରୁ ଦେଢ଼ ଲକ୍ଷ ଟଙ୍କା ନେଇଥିବା ବେଳେ ଆଜି ପର୍ଯ୍ୟନ୍ତ କାମ ହୋଇ ପାରୁ ନାହିଁ କିମ୍ବା ଟଙ୍କା ଫେରସ୍ତ ଦେଉନାହାନ୍ତି।

ଏନେଇ ଜଗତସିଂହପୁର ଜିଲ୍ଲାପାଳଙ୍କୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯାଇନାହିଁ। ଶେଷରେ ବାଧ୍ୟ ହୋଇ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ମହାମହିମ ରାଷ୍ଟ୍ରପତିଙ୍କୁ ଲିଖିତ ପତ୍ର ମାଧ୍ୟମରେ ଅବଗତ କରାଇବା ସହିତ ଆଗାମୀ ୧୫ଦିନ ମଧ୍ୟରେ ଏହାର କୌଣସି ସମାଧାନ ନହେଲେ ବାଧ୍ୟ ହୋଇ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିରୋସିନ୍ ଢାଳି ଆତ୍ମହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି ସାଇଲୋ ସରପଞ୍ଚ ସରୋଜ କୁମାର ସେଠୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ