ସତବୀର ସିଂ ଭାରତୀୟ କ୍ରିକେଟ ଟିମର ମ୍ୟାନେଜର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆ ପୁଅ କାନ୍ଧରେ ଗୁରୁ ଦାୟିତ୍ୱ । ସତବୀର ସିଂ ରିୟରଙ୍କୁ ଭାରତୀୟ କ୍ରିକେଟ୍ ଟିମର ମ୍ୟାନେଜର କରିଛି ବିସିସିଆଇ । ଆସନ୍ତା ସାଉଥ ଆଫ୍ରିକା ଟେଷ୍ଟ ସିରିଜ୍ ପାଇଁ ସତବୀରଙ୍କୁ ମନୋନୀତ କରାଯାଇଛି । ପୂର୍ବରୁ ଅନେକ ଟିମ୍ ପାଇଁ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଇଛନ୍ତି ସତବୀର । ମାଲକାନଗିରିର ପୁଅ ସତବୀର ସିଂ ରିୟର । ପୂର୍ବରୁ ୧୬ ବର୍ଷରୁ କମ, ୧୯ ବର୍ଷରୁ କମ ଟିମ ସହ ଓ ରଣଜୀ ଟ୍ରଫିର ମ୍ୟାନେଜର ପଦ ସମ୍ଭାଳିଛନ୍ତି । ସତବୀର ପେଶାରେ ଜଣେ ଫାର୍ମାସି ଅଫିସର । ରାତିରେ ଡ୍ୟୁଟି କରି ଦିନରେ କ୍ରିକେଟ୍ ପାଇଁ ସମୟ ଦିଅନ୍ତି ସତବୀର । ଏଭଳି ଉପଲବ୍ଧି ହାସଲ କରି ଓଡ଼ିଶାକୁ ଗର୍ବିତ କରିଛନ୍ତି ସତବୀର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!