Masthead

ପୋର୍ଟ ବ୍ଲେୟରରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ସତ୍ୟ ସୂତାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସ୍ଵାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ୍ ଦେଶପ୍ରେମୀ, ତେଜସ୍ୱୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଦେଶ ବିଦେଶରେ ଆଜି ପାଳିତ ହୋଇଛି। ସେହି ମହାନ ଜନନାୟକଙ୍କୁ ଓଡ଼ିଶା ମାଟିର ପୁଅ ସତ୍ୟ ସୁତାର ପ୍ରତିବର୍ଷ ଭଳି ଏ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜର ପୋର୍ଟ ବ୍ଲେୟାରଠାରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ସତ୍ୟ ସୁତାର । ଗତ ବର୍ଷ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକର ରୟାଲ ହୋଟେଲ ସମ୍ମୁଖରେ ସତ୍ୟ ସୂତାର ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ କ୍ଷ ସୁଭାଷ ବୋଷ ଚନ୍ଦ୍ର ବୋଷ ରୟାଲ ହୋଟେଲରେ ପାଖାପାଖି ତିନି ମାସ ରହି ସେଠାରେ ଥିବା ଏକ ପଡିଆରେ ଇଣ୍ଡିଆନ ନ୍ୟାସନାଲ ଆର୍ମିକୁ ଟ୍ରେନିଂ ଦେଉଥିଲେ । ସେଥିପାଇଁ ଗତ ବର୍ଷ ସେଠାରେ ସତ୍ୟ ସୂତାର ମହାନ ଜନନାୟକ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। ସେହିପରି ୨୦୨୨ରେ ଭିଏତନାମର ଶାଇଗନରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ।

ସତ୍ୟ ସୂତାର ଓଡ଼ିଶା ଛାଡି ବିଦେଶ ଯିବାର ପାଖା ପାଖି ୧୨ରୁ ୧୩ବର୍ଷ ହୋଇ ଗଲାଣି। ନେତାଜୀଙ୍କ ଜୟନ୍ତୀରେ ନେତାଜୀ ଯେଉଁ ଦେଶ ଗୁଡ଼ିକୁ ଭାରତକୁ ସ୍ୱାଧୀନ କରିବା ପାଇଁ ଯାଇଥିଲେ, ସେ ସେହି ଦେଶ ଗୁଡ଼ିକୁ ନେତାଜୀଙ୍କ ଜନ୍ମ ଦିନରେ ଯାଇ ଶ୍ରଦ୍ଧାଞ୍ଜଳୀ ଜଣାଇବା ପାଇଁ ଚିନ୍ତା କରିଥିଲେ। ସେଥିପାଇଁ ନେତାଜୀ ଯେଉଁ ଦେଶଗୁଡିକୁ ଯାଇଥିଲେ ସେ ଦେଶଗୁଡିକୁ ଯାଇ ତାଙ୍କ ଜନ୍ମଦିନରେ ଶ୍ରଦ୍ଧାଞ୍ଜଳୀ ଜଣାଇବା ଆରମ୍ଭ କରିଛନ୍ତି । ନେତାଜୀଙ୍କୁ ସମ୍ମାନ ଜଣେଇବା ପାଇଁ ୨୦୨୨ରୁ ସେ ବିଦେଶ ମାଟିରେ ଏଭଳି ପ୍ରୟାସ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି