Masthead

ମହିଳାଥାନାରେ ସୌରିନଭଟ୍ଟ: କହିଲେ ମୋ ବିରୋଧରେ ଆସିଥିବା ଅଭିଯୋଗ ମିଛ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଟକ ମହିଳା ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଠକେଇ ଓ ଯୌନ ନିର୍ଯାତନା ବିରୋଧରେ ଜଣେ ଯୁବତୀ ଅଭିଯୋଗ ଆଣିଥିଲେ । ମାମଲାର ତଦନ୍ତ କରୁଛି ପୋଲିସ । ସୌରିନଙ୍କ ଘରକୁ ଯାଇ ମଧ୍ୟ ତଦନ୍ତ କରିଥିଲା ପୋଲିସ କିନ୍ତୁ ସୌରିନଙ୍କର କୌଣସି ଖୋଜଖବର ମିଳିନଥିଲା ।

ପରେ ଗିରଫ ଭୟରେ ସୌରିନଙ୍କ ଜାମିନ ପାଇଁ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ । କିନ୍ତୁ ପୋଲିସ ନିକଟରେ ହାଜର ହୋଇ ତଦନ୍ତରେ ସହଯୋଗ କରିବାକୁ କୋର୍ଟ ସୌରିନଙ୍କୁ କହିଥିଲେ । ସୌରିନ ଆଜି ଥାନାରେ ହାଜର ହୋଇ କହିଛନ୍ତି, ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ । ସେ ଅଭିଯୋଗକାରୀ ଯୁବତୀଙ୍କୁ ଜାଣି ନାହାନ୍ତି । ସମୟ ଆସିଲେ ସତ ସାମ୍ନାକୁ ଆସିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ