Masthead

ସୁପ୍ରିମକୋର୍ଟଙ୍କ ଟିପଣୀ ପ୍ରତିଦ୍ୱନ୍ଦ୍ୱୀ ତୁମ ଶତ୍ରୁ ନୁହନ୍ତି

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଟିଏମସି ବିରୋଧରେ ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟ ବିଜେପିର ଆବେଦନ ଉପରେ ଶୁଣାଣି କରିବାକୁ ମନା କରି ଦେଇଛନ୍ତି । ବିଜେପିର ବିଜ୍ଞାପନ ଭୁଲ ବୋଲି କୋର୍ଟ କହିଛନ୍ତି । ନିକଟରେ କଲିକତା ହାଇକୋର୍ଟ ଟିଏମସି ବିରୋଧରେ ବିଜେପିର ବିଜ୍ଞାପନ ଉପରେ ଜୁନ ୪ ତାରିଖ ପର୍ୟ୍ୟନ୍ତ ବ୍ୟାନ୍‌ ଲଗାଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ବିଜେପି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା । କିନ୍ତୁ ଏହି ଆବେଦନର ଶୁଣାଣି କରିବାକୁ କୋର୍ଟ ସଫା ସଫା ମନା କରିଦେଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି, ବର୍ତ୍ତମାନ ନିର୍ବାଚନ ଚାଲିଛି। ପ୍ରତିଦ୍ୱନ୍ଦ୍ୱୀ ତୁମର ଶତ୍ରୁ ନୁହଁନ୍ତି । ଏଭଳି ସ୍ଥିତିରେ ଆମେ ଏଥିରେ କାହିଁକି ହସ୍ତକ୍ଷେପ କରିବୁ? ଏହା ଭୋଟରଙ୍କ ହିତରେ ମଧ୍ୟ ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

ସୂଚନା ଅନୁସାରେ ପଶ୍ଚିମବଙ୍ଗର ବିଜେପି ୟୁନିଟ୍ ଲୋକସଭା ନିର୍ବାଚନ ପ୍ରକ୍ରିୟା ସମୟରେ ଟିଏମସି ସହ ଜଡିତ କିଛି ବିଜ୍ଞାପନ ପ୍ରକାଶ କରିଥିଲା । ଏହି ପ୍ରସଙ୍ଗରେ କଲିକତା ହାଇକୋର୍ଟ ତୃଣମୂଳ କଂଗ୍ରେସ ବିରୋଧରେ କୌଣସି ପ୍ରକାରର ଅପମାନଜନକ ବିଜ୍ଞାପନ ପ୍ରକାଶ କରିବା ଉପରେ ବିଜେପିକୁ ବାରଣ କରିଥିଲେ । ପରେ କଲିକତା ହାଇକୋର୍ଟର ଏହି ରାୟକୁ ସୁପ୍ରିମକୋର୍ଟରେ ବିଜେପି ଚ୍ୟାଲେଞ୍ଜ କରିଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି