Masthead

ସୁପ୍ରିମକୋର୍ଟରେ ଖାରଜ ହେଲା ଜନସ୍ୱାର୍ଥ ମାମଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସଂସଦ ଭବନ ନୂଆ ବିଲଡିଂ ଉଦଘାଟନ ୨୮ ତାରିଖରେ ହେବାକୁ ଥିବା ବେଳେ । ଏହାକୁ ନେଇ ରାଜନୈତିକ ହାଇଡ୍ରାମା ଜୋର ଧରିବାରେ ଲାଗିଛି । ଉଦଘାଟନ ସମାରୋହକୁ ସ୍ମରଣୀୟ କରିବାକୁ ଶାସକ ଦଳ ଲାଗିପଡିଥିବା ବେଳେ ବିପକ୍ଷ ଦଳ ମଧ୍ୟ ଏହାକୁ ଜୋରଦାର ବିରୋଧ କରୁଛନ୍ତି । ନୂତନ ସାଂସଦ ଭବନ ରାଷ୍ଟ୍ରପତି ଉଦଘାଟନ କରନ୍ତୁ ବୋଲି ଦାବି କରି ସୁପ୍ରିମକୋର୍ଟର ଦ୍ୱାରସ୍ତ ହୋଇଛନ୍ତି ବିରୋଧୀ । ଏ ନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଖଲ ହୋଇଥିଲା । ଏହି ପିଆଇଏଲକୁ ସୁପ୍ରିମକୋର୍ଟ ଆଇନଜୀବୀ ସିଆର ଜୟ ସୁକିନ ଦାଖଲ କରିଥିଲେ । ଏହି ମାମଲାକୁ ନେଇ ବିବାଦ ଦିନକୁ ଦିନ ବଢୁଥିବା ବେଳେ ଆଜି ସୁପ୍ରିମକୋର୍ଟ ଏହାର ଶୁଣାଣି କରିଛନ୍ତି । ଉପଯୁକ୍ତ ତଥ୍ୟ ପ୍ରମାଣ ଅଭାବରୁ ସୁପ୍ରିମକୋର୍ଟ ଏହି ମାମଲାକୁ ଖାରଜ କରିଛନ୍ତି । ମେ ୨୮ ତାରିଖରେ ସଂସଦ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା