Masthead

SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏସସିବି ଅଘଟଣରେ ବଢ଼ିଛି ମୃତକଙ୍କ ସଂଖ୍ୟା । ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ଛୁଇଁଛି । ଗୁରୁତର ଆହତ ହୋଇଥିବା ଭଦ୍ରକ ଜିଲ୍ଲା ହରିପୁରର ୧୧ ବର୍ଷ ବୟସ୍କ କଲ୍ୟାଣୀ ମଲ୍ଲିକ ଓ କୋରାପୁଟ ବୋରିଗୁମ୍ମା ଅଞ୍ଚଳର ୨୦ ବର୍ଷ ବୟସ୍କ ପବିତ୍ର ଦିସାରିଙ୍କର ମୃତ୍ୟୁ ଘଟିଛି । ରବିବାର ବିଳମ୍ୱିତ ରାତିରେ ଏସ୍‌ସିବି ମେଡିକାଲ ଆଇସିୟୁରେ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରି ଦେଇଛି ।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟସଭା ସଦସ୍ୟ ସୁଜିତ କୁମାର ଓ ଦଳର ଅନ୍ୟ ବରିଷ୍ଠ ବିଧାୟକମାନେ ରାତିରେ ଏସସିବିକୁ ଆସି ଆହତମାନଙ୍କ ଅବସ୍ଥା ବୁଝିଛନ୍ତି । ଏସ୍‌ସିବି ଆଇସିୟୁ ଅଗ୍ନିକାଣ୍ଡରେ ୧୨ ଜଣ ରୋଗୀଙ୍କ ମୃତ୍ୟୁ ଘଟଣାର ହେବ ନ୍ୟାୟିକ ତଦନ୍ତ । ଏଥିପାଇଁ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଲକ୍ଷ୍ମୀଧର ବିଶ୍ବାଳ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବେ । ରାଜ୍ୟ ସରକାର ବିଜ୍ଞପ୍ତିରେ ଏହା ଦର୍ଶାଇଛନ୍ତି ।

କଟକ ବଡ଼ ମେଡିକାଲ ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଗୁରୁତ୍ବର ସହ ନେଇଛି ଜାତୀୟ ମାନବାଧିକାର କମିଶନ । ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛି । ୧୫ ଦିନ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିଆଁ ଲାଗିବା ସମ୍ପର୍କରେ ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ ଇଣ୍ଡିଆର ଅଧ୍ୟକ୍ଷ ମନୋଜ ଜେନା କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ । କମିଶନର ସଦସ୍ୟ ଜଷ୍ଟିସ୍ ବି.ଆର. ଷଡ଼ଙ୍ଗୀ ମାମଲାର ଶୁଣାଣି କରି ମୁଖ୍ୟ ଶାସନ ସଚିବଙ୍କୁ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ