Masthead

କଂଗ୍ରେସକୁ ବଡ଼ ଝଟକା; ଦଳ ଛାଡ଼ିଲେ ବିଧାୟକ

ଭୋପାଳ(ବଡ଼ ଖବର ବ୍ୟୁରୋ): ଜାତୀୟ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟକା ମିଳିବାରେ ଲାଗିଛି । କେତେବେଳେ ଜାତୀୟ ସ୍ତରରେ ତ ଆଉ କେତେବେଳେ ରାଜ୍ୟରେ । ଏହା ମଧ୍ୟରେ ମଧ୍ୟପ୍ରଦେଶର ବଡ଼ବାହାର କଂଗ୍ରେସ ବିଧାୟକ ସଚିନ ବିର୍ଲା ଦଳ ଛାଡ଼ିଥିବାର ଖବର ସାମ୍ନାକୁ ଆସିଛି । ଏ ଖବର ସାମ୍ନାକୁ ଆସିବା ପରେ ପୁଣିଥରେ କଂଗ୍ରେସକୁ ନେଇ ସାରା ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

ସେପଟେ କଂଗ୍ରେସ ଛାଡ଼ୁ ଛାଡ଼ୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଉପସ୍ଥିତିରେ ସେ ବଡ଼ବାହରେ ଭାଜପାରେ ସାମିଲ ହୋଇଛନ୍ତି । ସବୁଠାରୁ ରୋଚକ କଥାଟି ହେଉଛି ଗୋଟିଏ ଦିନ ପୂର୍ବରୁ ସଚିନ ବିର୍ଲା ଖଣ୍ଡୱା ଲୋକସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀଙ୍କ ସମର୍ଥନରେ ପ୍ରଚାର କରିଥିଲେ । ଏବଂ ତା’ପର ଦିନ ବିଜେପିରେ ଯୋଗଦେଇଛନ୍ତି । ଏହାକୁ ନେଇ କଂଗ୍ରେସ ଓ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ