Masthead

କଂଗ୍ରେସକୁ ବଡ଼ ଝଟକା; ଦଳ ଛାଡ଼ିଲେ ବିଧାୟକ

ଭୋପାଳ(ବଡ଼ ଖବର ବ୍ୟୁରୋ): ଜାତୀୟ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟକା ମିଳିବାରେ ଲାଗିଛି । କେତେବେଳେ ଜାତୀୟ ସ୍ତରରେ ତ ଆଉ କେତେବେଳେ ରାଜ୍ୟରେ । ଏହା ମଧ୍ୟରେ ମଧ୍ୟପ୍ରଦେଶର ବଡ଼ବାହାର କଂଗ୍ରେସ ବିଧାୟକ ସଚିନ ବିର୍ଲା ଦଳ ଛାଡ଼ିଥିବାର ଖବର ସାମ୍ନାକୁ ଆସିଛି । ଏ ଖବର ସାମ୍ନାକୁ ଆସିବା ପରେ ପୁଣିଥରେ କଂଗ୍ରେସକୁ ନେଇ ସାରା ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

ସେପଟେ କଂଗ୍ରେସ ଛାଡ଼ୁ ଛାଡ଼ୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଉପସ୍ଥିତିରେ ସେ ବଡ଼ବାହରେ ଭାଜପାରେ ସାମିଲ ହୋଇଛନ୍ତି । ସବୁଠାରୁ ରୋଚକ କଥାଟି ହେଉଛି ଗୋଟିଏ ଦିନ ପୂର୍ବରୁ ସଚିନ ବିର୍ଲା ଖଣ୍ଡୱା ଲୋକସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀଙ୍କ ସମର୍ଥନରେ ପ୍ରଚାର କରିଥିଲେ । ଏବଂ ତା’ପର ଦିନ ବିଜେପିରେ ଯୋଗଦେଇଛନ୍ତି । ଏହାକୁ ନେଇ କଂଗ୍ରେସ ଓ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ