Masthead

୧୬ ଯାଏଁ ସ୍କୁଲ-ଅଙ୍ଗନୱାଡ଼ି ବନ୍ଦ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଆଜିଠୁ ସ୍କୁଲ ଅଙ୍ଗନୱାଡ଼ି ବନ୍ଦ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି । ୧୬ ତାରିଖ ପରେ ପରିସ୍ଥିତିକୁ ଦେଖି ପରବର୍ତ୍ତୀ ପଦକ୍ଷେପ ନେବେ । ଜାପାନ ଗସ୍ତରୁ ଫେରିବା ପରେ ନବୀନ ପଟ୍ଟନାୟକ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଆଗାମୀ ଦିନରେ ଖରା ବଢିବା ସମ୍ଭାବନା ଥିବାରୁ ପ୍ରସ୍ତୁତ ହୋଇ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଗତ କିଛି ଦିନ ହେଲା ରାଜ୍ୟର ତାପମାତ୍ରା ବଢ଼ିବାରେ ଲାଗିଛି । ପାଣିପାଗ ବିଭାଗ ମଧ୍ୟ ଗ୍ରୀଷ୍ମପ୍ରବାହ ସତର୍କତା ଜାରି କରିଛି । ଏହାକୁ ନଜରରେ ରଖି ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଶକ୍ତି ବିଭାଗ ସବୁ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପିଇବା ପାଣି ଯୋଗାଣ ସ୍ୱାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ । ଗ୍ରୀଷ୍ମ ପ୍ରବାହ ସମୟରେ ବିଜୁଳି ଚାହିଦାକୁ ନଜରରେ ରଖି ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ନିଶ୍ଚିତ କରିବାକୁ ଶକ୍ତି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା