Masthead

ଏ ବର୍ଷ ଆଉ ଖୋଲିବନି ସ୍କୁଲ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଏ ବର୍ଷ ଆଉ ଖୋଲିବନି ସ୍କୁଲ। ଡିସେମ୍ବର ୩୧ ପର୍ୟ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ଆଜି ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିର୍ଦ୍ଦେଶନାମା ଅନୁସାରେ, କେତେକ ରାଜ୍ୟରେ ସ୍କୁଲ ଖୋଲାଯାଇଥିଲା। ସେଠାରେ କରୋନାର ଦ୍ୱିତୀୟ ଲହରୀର ପ୍ରଭାବ ଦେଖିବାକୁ ମିଳିଥିଲା। ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ଷ୍ଟେକ୍ ହୋଲ୍ଡରଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସ୍କୁଲ ବନ୍ଦ ସତ୍ତ୍ୱେ ସମସ୍ତ ପରୀକ୍ଷା, ମୂଲ୍ୟାୟନ ଜାରି ରହିବ। ପୂର୍ବ ପରି ଅନଲାଇନ ଶିକ୍ଷାଦାନ ଜାରି ରଖିବାକୁ ନିଷ୍ପତ୍ତି ହୋଇଛି। ଅନଲାଇନ ଶିକ୍ଷାଦାନ ପାଇଁ ଶିକ୍ଷକ ସ୍କୁଲ ଆସିବେ। ତେବେ ସେମାନଙ୍କୁ କରୋନା ଗାଇଡଲାଇନ ପାଳନ କରିବାକୁ ପଡ଼ିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା