Masthead

ଏ ବର୍ଷ ଆଉ ଖୋଲିବନି ସ୍କୁଲ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଏ ବର୍ଷ ଆଉ ଖୋଲିବନି ସ୍କୁଲ। ଡିସେମ୍ବର ୩୧ ପର୍ୟ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ଆଜି ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିର୍ଦ୍ଦେଶନାମା ଅନୁସାରେ, କେତେକ ରାଜ୍ୟରେ ସ୍କୁଲ ଖୋଲାଯାଇଥିଲା। ସେଠାରେ କରୋନାର ଦ୍ୱିତୀୟ ଲହରୀର ପ୍ରଭାବ ଦେଖିବାକୁ ମିଳିଥିଲା। ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ଷ୍ଟେକ୍ ହୋଲ୍ଡରଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସ୍କୁଲ ବନ୍ଦ ସତ୍ତ୍ୱେ ସମସ୍ତ ପରୀକ୍ଷା, ମୂଲ୍ୟାୟନ ଜାରି ରହିବ। ପୂର୍ବ ପରି ଅନଲାଇନ ଶିକ୍ଷାଦାନ ଜାରି ରଖିବାକୁ ନିଷ୍ପତ୍ତି ହୋଇଛି। ଅନଲାଇନ ଶିକ୍ଷାଦାନ ପାଇଁ ଶିକ୍ଷକ ସ୍କୁଲ ଆସିବେ। ତେବେ ସେମାନଙ୍କୁ କରୋନା ଗାଇଡଲାଇନ ପାଳନ କରିବାକୁ ପଡ଼ିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ