Masthead

ଆବାସିକ ସ୍କୁଲର ବିଜୁଳି ସଂଯୋଗ ବିଚ୍ଛିନ୍ନ

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋରାପୁଟ  ଜିଲ୍ଲାର ପଟାଙ୍ଗୀ ବ୍ଲକ କୋଟିଆ ଗ୍ରାମପୁଞ୍ଜ ନେଇ ପଡ଼ୋଶୀ ଆନ୍ଧ୍ର ସହ ବିବାଦ ଚରମ ସୀମାରେ ପହଞ୍ଚିଛି । କୋଟିଆ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗିଥିବା ତାଡିବାଲାସାରେ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରତିଷ୍ଠା ହୋଇଛି ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସ୍କୁଲ । କିନ୍ତୁ ୨୦୧୮ ମସିହାରେ ଏହାକୁ ଆବାସିକ ସ୍କୁଲ ଭାବେ ସରକାର ଘୋଷଣା କରିଛନ୍ତି ।ଏଠାରେ ନିର୍ମାଣ ହୋଇଥିବା ଛାତ୍ରାବାସ ଓ ସ୍କୁଲକୁ ଆନ୍ଧ୍ର ସରକାରଙ୍କ ପକ୍ଷରୁ ବିଦ୍ୟୁତ ସଂଯୋଗ ଦିଆଯାଇଥିଲା । ସ୍ଥାନୀୟ ଅଞ୍ଚଳର ଲୋକ ପ୍ରତିନିଧି ଓ ସଚେତନ ନାଗରିକ ମାନଙ୍କର ବାରମ୍ବାର ଦାବି ସତ୍ତ୍ୱେ ଓଡ଼ିଶା ସରକାର କେବଳ ବିଦ୍ୟୁତ ଖୁଣ୍ଟ ପୋତି ହାତ ଯୋଡି ବସି ଯାଇଥିଲେ ।

ଛାତ୍ରାବାସର ପିଲାଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମଚନ୍ଦ୍ର ମାଝୀ ସମସ୍ତ ଉଦ୍ୟମ କରି ଫେଲ ମାରିଥିଲେ । ବାଧ୍ୟ ହୋଇ ସେ ନିଜ ଘର ପାଇଁ ବିଜୁଳୀ ସଂଯୋଗ ଆଣିଥିଲେ । ପରେ ସେ ସ୍କୁଲକୁ ସଂଯୋଗ ଦେଇଥିଲେ । ଆନ୍ଧ୍ର ଅଧିକାରୀମାନେ ଏହା ଜାଣିବା ପରେ ପ୍ରତିକ୍ରିୟାଶୀଳ ହୋଇ ଉଠିଥିଲେ । ସ୍କୁଲରବିଜୁଳି ସଂଯୋଗ ବିଚ୍ଛିନ୍ନ କରିବା ସହ ରାମଚନ୍ଦ୍ରଙ୍କୁ ୧୦ହଜାର ଟଙ୍କା ଜରିମାନା କରିଛନ୍ତି । ସ୍କୁଲ ଓ ଛାତ୍ରାବାସକୁ ଓଡ଼ିଶା ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ସୋଲାର ଲାଇଟ ଆଉ କାମ କରୁନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ