ଦୀପାବଳି ପରେ ଖୋଲିପାରେ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ସ୍କୁଲ । ଦୀପାବଳି ପରେ ଯେକୌଣସି ସମୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, କରୋନାର ତୃତୀୟ ଲହର ଆସିବା ସମ୍ଭାବନା କମୁଛି । ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଚାଲିଛି । ତେଣୁ ପ୍ରତମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଯେକୌଣସି ସମୟରେ ଖୋଲିପାରେ । ଏନେଇ ସରକାର ତୁରନ୍ତ ନିଷ୍ପତ୍ତି ନେବେ ।

ତେବେ ଏକକାଳୀନ ଭାବେ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ଠିକ ହେବନି । ତେଣୁ ପର୍ଯ୍ୟାୟ କ୍ରମେ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇପାରନ୍ତି । ତେବେ ବର୍ତ୍ତମାନ ରାଜ୍ୟରେ ଅଷ୍ୟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ସ୍କୁଲରେ ପାଠ ପଢ଼ାଯାଉଛି । ଡିଗ୍ରୀ କଲେଜ ଓ ବିଶ୍ୱ ବିଦ୍ୟାଳୟରେ ମଧ୍ୟ ଶ୍ରେଣୀରେ ପାଠ ପଢ଼ାଯାଉଛି । ନଭେମ୍ବର ପହିଲାରୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶ୍ରେଣୀରେ ଆରମ୍ଭ ହେବ । ଏହାଛଡ଼ା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ନଭେମ୍ବର ୧୫ରୁ ପିଜି ପ୍ରଥମ ବର୍ଷର ପାଠପଢ଼ା ମଧ୍ୟ ଶ୍ରେଣୀ ଗୃହରେ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ