Masthead

ପ୍ରଧାନମନ୍ତ୍ରୀ ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ଭୁବନେଶ୍ୱରରେ ହାଫ୍ ଡେ’ ସ୍କୁଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଆଜି ଦିନ ୧ଟା ଯାଏଁ ଚାଲିବ ସ୍କୁଲ । ଦିନ ୧ଟା ପରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଘୋଷଣା । ଟ୍ରାଫିକ କଟକଣା ଯୋଗୁଁ ଯାତାୟାତ ପ୍ରଭାବିତ ଆଶଙ୍କାରେ ହାଫ୍‌ ଡେ’ ସ୍କୁଲ ଛୁଟି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କର ଭୁବନେଶ୍ବର ଗସ୍ତ ରହିଛି । ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଟ୍ରାଫିକ କଟକଣା ଯୋଗୁଁ ଯାତାୟତରେ ପ୍ରଭାବିତ କାରଣରୁ ଦିନ 1ଟା ପରେ ସ୍କୁଲ ବନ୍ଦ କରିବାକୁ ଘୋଷଣା କରାଯାଇଛି । କହିରଖୁଛୁ କି, ଗୃହମନ୍ତ୍ରୀ ଅମିତ ଶାହ ଅପରାହ୍ନ 1.25 ମିନିଟରେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ 4ଟା 15 ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ।

ଅନ୍ୟପକ୍ଷରେ ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବିଏହି ସମ୍ମିଳନୀରେ ଯୋଗ ଦେବେ। ଏଥିପାଇଁ କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି କମିଶନରେଟ୍ ପୁଲିସ। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ