୧୯ ନୁହେଁ ୨୧ରେ ଖୋଲିବ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ । ଗରମରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଗ୍ରୀଷ୍ମ ଛୁଟି ଅବଧିକୁ ବଢାଇ ଦିଆଯାଇଛି । ଆସନ୍ତା ୧୯ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଖୋଲିବ ସ୍କୁଲ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୧ ତାରିଖରୁ ସ୍କୁଲରେ ଖରାଛୁଟି ହୋଇଥିଲା । ଆଗୁଆ ଖରାଛୁଟି ଘୋଷଣା କରିଥିଲେ ସରକାର ।

ପୂର୍ବରୁ ମେ’ ୫ରୁ ଜୁନ୍ ୧୭ ଯାଏଁ ଖରା ଛୁଟି ଘୋଷଣା କରାଯାଇଥିଲା । ହେଲେ ହିଟୱେଭ୍ ପାଇଁ ନିର୍ଦ୍ଧାରିତ ତାରିଖର ୧୫ ଦିନ ପୂର୍ବରୁ ଖରାଛୁଟି କରାଯାଇଥିଲା । ଅଧିକ ଦିନ ଛୁଟି ଯେପରି ପାଠପଢାକୁ ପ୍ରଭାବିତ ନକରେ, ସେଥିପାଇଁ ଅବକାଶକାଳୀନ ଶିକ୍ଷା ବା ସମର କୋର୍ସ ପାଇଁ ସ୍ୱତନ୍ତ୍ର ସିଲାବସର ବ୍ୟବସ୍ଥା କରିଥିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’