Masthead

୧୧ ଜିଲ୍ଲାରେ ସ୍କୁଲ ବନ୍ଦ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ଗୁଲାବ’ ସ୍ଥଳଭାଗ ଛୁଇଁବା ପରେ ଭୟଙ୍କର ରୂପ ନେଇପାରେ । ତେବେ ଏହାକୁ ଦୃଷ୍ଟିରେ ରଖି ବନ୍ଦ ୧୧ଟି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ସ୍ଥିତି ନେଇ ଆଜି ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପ୍ରଭାବିତ ୧୧ ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ସମୟରେ ଜିଲ୍ଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ନେବେ।

ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆସନ୍ତାକାଲି ସ୍କୁଲ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମଙ୍ଗଳବାର ଦିନ ସ୍ଥିତିକୁ ବିଚାର କରି ଜିଲ୍ଲାପାଳମାନେ ସ୍କୁଲ୍ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲା ରହିବ ନା ବନ୍ଦ କରାଯିବା ଉଚିତ୍, ସେ ନିଷ୍ପତ୍ତି ନେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା