Masthead

ଘାତକ ହେଉଛି ଏଚ୩ଏନ୨, ପୁଡୁଚେରୀରେ ବନ୍ଦ ହେଲା ସ୍କୁଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଘାତକ ହେଉଛି ଏଚ୩ଏନ୨ । ଭାଇରସ୍ ଭୟରେ ବନ୍ଦ ହେଲା ସ୍କୁଲ । ଏଚ୩ଏନ୨ କେସେସ୍ ବୃଦ୍ଧି ପାଉଥିବାରୁ ପୁଡୁଚେରୀରେ ସମସ୍ତ ସ୍କୁଲ ମାର୍ଚ୍ଚ ୧୬ରୁ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ବନ ରହିବ ବୋଲି ଶିକ୍ଷାମନ୍ତ୍ରୀ ଘୋଷଣା କରିଛନ୍ତି । ୧୦ ଦିନ ପର୍ୟ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ସ୍ଥାନୀୟ ସରକାର । ଏହି ଭାଇରସ୍ ଛୋଟ ପିଲାଙ୍କ ପାଇଁ ଅଧିକ କ୍ଷତିକାରକ । ୫ ବର୍ଷରୁ କମ୍ ବୟସର ପିଲାଙ୍କୁ ଏହି ଭାଇରସ ଅଧିକ ଆକ୍ରାନ୍ତ କରିବାର ସମ୍ଭାବନା ରହିଥିବା କୁହାଯାଉଛି ।

ଏମିତିକି ୫ ବର୍ଷରୁ କମ୍ ବୟସର ପିଲା ଏହି ଏଚ୩ଏନ୨ ଇନଫ୍ଲୁଏନ୍ଜାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି । ରିପୋର୍ଟ ଅନୁସାରେ, ପୁଡୁଚେରୀରେ ୭୯ଟି ସ୍ୱାଇନ୍ ଫ୍ଲୁ ମାମଲା ରିପୋର୍ଟ କରାଯାଇଥିଲା, ଏପର୍ୟ୍ୟନ୍ତ କୌଣସି ମୃତ୍ୟୁ ଖବର ସାମ୍ନାକୁ ଆସିନାହିଁ । ମାମଲା ଉପରେ ନଜର ରଖିବା ପାଇଁ ଡାକ୍ତରଖାନା ଏବଂ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ବ୍ୟବସ୍ଥା କରାଯାଇଥିବାରୁ ସାଧାରଣ ଲୋକେ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା