Masthead

ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ଖରା ଛୁଟି । ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲା ଗ୍ରୀଷ୍ମ ପ୍ରବାହ ପାଇଁ ବନ୍ଦ ଥିଲା ସ୍କୁଲ । ଯାଜପୁର ଓ ଭଦ୍ରକକୁ ଛାଡ଼ି ସମସ୍ତ ଜିଲ୍ଲାରେ ଆଜି ଖୋଲିବ ସ୍କୁଲ । ଡାଇରିଆ ସ୍ଥିତି ପାଇଁ ୨ ଜିଲ୍ଲାରେ ଆଜି ସ୍କୁଲ ଖୋଲିବନି । ବିଭିନ୍ନ ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲୁଥିବାବେଳେ କାଲି ଯାଏଁ ଭଦ୍ରକ, ୨୪ ଯାଏଁ ଯାଜପୁରରେ ସବୁ ସ୍କୁଲ ଛୁଟି ରହିବ। ଏହି ଦୁଇ ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତିକୁ ନଜରରେ ରଖି ସବୁ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

ଭଦ୍ରକରେ ୨୧ ତାରିଖ ପର୍ୟ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଅଙ୍ଗନବାଡ଼ି କେନ୍ଦ୍ର, ସମସ୍ତ ସ୍କୁଲ୍ ଓ କଲେଜ ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି । ସେହିଭଳି ଡାଇରିଆ ପାଇଁ ଯାଜପୁର ଜିଲ୍ଲାରେ ୨୪ ଯାଏଁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାରେ ସମସ୍ତ ସ୍କୁଲ୍ ସହ ଅଙ୍ଗନବାଡ଼ି କେନ୍ଦ୍ରକୁ ବି ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମୀମାନେ ସ୍କୁଲ୍ ଆସି ପରିମଳ ବ୍ୟବସ୍ଥା ପରଖିବାକୁ ନିର୍ଦ୍ଦେଶ ରହିଛି । ସେପଟେ ଆଜି ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ଟ୍ୱିନ୍‌ସିଟି କଟକ-ଭୁବନେଶ୍ୱରରେ ସ୍କୁଲ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ