Masthead

ସ୍କୁଟି-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୪ ଜଣଙ୍କ ଜୀବନ

ସୋରଡା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ସୋରଡା ଥାନା ବରାଡି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ୪ ମୃତ। ବରାଡି ନିକଟ ଡ୍ରାଫ ଠାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। । ମୃତକମାନେ ସୋରଡା, ଅସୁରବନ୍ଧ ଓ ଦୁଲାଡ ଗାଁର । ସୂଚନା ମୁତାବକ ଏକ ସ୍କୁଟି ଯୋଗେ ଅସୁରବନ୍ଧ ଠାରୁ ସୋରଡା ଅଭିମୁଖେ ବିଦୂତ ବିଭାଗ ର ୩ ଜଣ କର୍ମଚାରୀ ଆସୁଥିବା ବେଳେ ବିପରୀତ ଦିଗରୁ ୩ ଜଣ ଗୋଟିଏ ବାଇକରେ ଯାଉଥିବା ବେଳେ ବରାଡି ନିକଟରେ ମୁହାମୁହିଁ ଧକ୍କା ହୋଇଥିଲା ।

ଖବର ପାଇ ସୋରଡା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋରଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ୪ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ଦୁଇ ଜଣଙ୍କୁ ପ୍ରାଥମିକ ଚିକିତ୍ସା ଦିଆଯିବା ପରେ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ