Masthead

ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏସଡିଓ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ସରପଞ୍ଚଙ୍କୁ ପିଟିଲେ ଏସଡିଓ । ହରିଶଙ୍କର ପିଠରେ ଖପ୍ରାଖୋଲ ବ୍ଳକ ସରପଞ୍ଚ ସଂଘ ସଭାପତି ସୁଶୀଲ ଗୁରୁଙ୍କୁ ମରଣାନ୍ତକ ଆକ୍ରମଣ । ଆକ୍ରମଣର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । କଣ୍ଟାବାଞ୍ଜି ଗୃହ ଓ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଦାସ ସରପଞ୍ଚ ସୁଶୀଲ ଗୁରୁଙ୍କୁ ତଳେ ଚାପି ଆକ୍ରମଣ କରୁଥିବା ଏହି ଭିଡିଓରେ ଦେଖିବାକୁ ମିଳିଛି । ଘଟଣା ଅନୁସାରେ ୧୪ କୋଟି ଖର୍ଚ୍ଚରେ ହରିଶଙ୍କରର ବିକାଶ କାର୍ଯ୍ୟ ଚାଲିଛି । କିନ୍ତୁ ଉନ୍ନୟନ କାମ ନିମ୍ନମାନର ହେଉଥିବା ଚମରିଆ ସରପଞ୍ଚ ସୁଶୀଲ ଅଭିଯୋଗ କରିଥିଲେ ।

ଏପରିକି କାର୍ଯ୍ୟ ସମୟରେ ଯନ୍ତ୍ରୀ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହୁନଥିବା ଅଭିଯୋଗ କରୁଥିଲେ । ଏହାକୁ ନେଇ ପିଡବ୍ଲ୍ୟୁଡି ଏସଡିଓ ଏବଂ ସୁଶୀଲ ଗୁରୁଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏଥିରେ ଉତ୍ତେଜିତ ହୋଇ ଏସଡିଓ ସିଦ୍ଧାର୍ଥ ସୁଶୀଲ ଗୁରୁଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏପରିକି ଏସଡିଓ ସିଦ୍ଧାର୍ଥ ଏକ ବାଡିରେ ସୁଶୀଲଙ୍କ ବେକକୁ ଚାପିବାକୁ ଉଦ୍ୟମ କରୁଥିବା ଭିଡିଓରେ ସ୍ପଷ୍ଟ ଜଣା ପଡୁଛି । ସୁଶୀଲଙ୍କୁ ଉଦ୍ଧାର କରି ଖପ୍ରାଖୋଲ ଥାନାକୁ ନିଆଯାଇଥିବା ଜଣାପଡିଛି । ଘଟଣା ନେଇ ଉଭୟ ପକ୍ଷ୍ୟରୁ କାହାରି ପ୍ରତିକ୍ରିୟା ମିଳି ପାରି ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ