Masthead

ଓଡ଼ିଶାରେ ଆଜିଠୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଆଜିଠାରୁ ଗଡ଼ିବ ଦ୍ୱିତୀୟ ବନେ୍ଦ ଭାରତ ଏକ୍ସପ୍ରେସ । ପୁରୀରୁ ରାଉରକେଲା ଚାଲିବାକୁ ଥିବା ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ଆଜି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୨ଟା ୪୫ ମିନିଟରେ ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦି ଏହାର ଶୁଭାରମ୍ଭ କରିବେ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରୁ ରାଉରକେଲା ୫୦୫ କିଲୋମିଟର ହୋଇଥିବା ବେଳେ ଏହାକୁ ବନ୍ଦେ ଭାରତ ଏକ୍ସପ୍ରେସ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ। ଫଳରେ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ରଛାତ୍ରୀ ଏବଂ ପର୍ୟ୍ୟଟକ ବିଶେଷ ଭାବେ ଉପକୃତ ହେବେ।

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ି ସପ୍ତାହର ୬ ଦିନ ଚାଲିବ । ପୁରୀରୁ ସକାଳ ୫ଟାରେ ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଂଚିବ । ସେହିପରି ରାଉରକେଲାରୁ ଦିନ ୨ଟା ୧୦ ମିନିଟରେ ଛାଡ଼ି ରାତି ୯ଟା ୪୦ରେ ପୁରୀରେ ପହଂଚିବ । ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ତାଳଚେର ରୋଡ, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ଓ ଝାରସୁଗୁଡ଼ା ଷ୍ଟେସନରେ ରହିବ । ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସହିତ ଆଜି ସମଗ୍ର ଦେଶରେ ମୋଟ ୯ଟି ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ