Masthead

ଓଡ଼ିଶାରେ ଆଜିଠୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଆଜିଠାରୁ ଗଡ଼ିବ ଦ୍ୱିତୀୟ ବନେ୍ଦ ଭାରତ ଏକ୍ସପ୍ରେସ । ପୁରୀରୁ ରାଉରକେଲା ଚାଲିବାକୁ ଥିବା ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ଆଜି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୨ଟା ୪୫ ମିନିଟରେ ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦି ଏହାର ଶୁଭାରମ୍ଭ କରିବେ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରୁ ରାଉରକେଲା ୫୦୫ କିଲୋମିଟର ହୋଇଥିବା ବେଳେ ଏହାକୁ ବନ୍ଦେ ଭାରତ ଏକ୍ସପ୍ରେସ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ। ଫଳରେ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ରଛାତ୍ରୀ ଏବଂ ପର୍ୟ୍ୟଟକ ବିଶେଷ ଭାବେ ଉପକୃତ ହେବେ।

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ି ସପ୍ତାହର ୬ ଦିନ ଚାଲିବ । ପୁରୀରୁ ସକାଳ ୫ଟାରେ ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଂଚିବ । ସେହିପରି ରାଉରକେଲାରୁ ଦିନ ୨ଟା ୧୦ ମିନିଟରେ ଛାଡ଼ି ରାତି ୯ଟା ୪୦ରେ ପୁରୀରେ ପହଂଚିବ । ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ତାଳଚେର ରୋଡ, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ଓ ଝାରସୁଗୁଡ଼ା ଷ୍ଟେସନରେ ରହିବ । ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସହିତ ଆଜି ସମଗ୍ର ଦେଶରେ ମୋଟ ୯ଟି ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ