Masthead

କାଲିଠୁ ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ପୁଣି କମ୍ପିବ ବିଧାନସଭା । ଶୁକ୍ରବାରଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ଉଠାଇବ କଂଗ୍ରେସ । ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ନବ ଦାସ ହତ୍ୟାକାଣ୍ଡ ସମ୍ପର୍କରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ବି ନିର୍ୟ୍ୟାସ ବାହାରି ପାରିନି । ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ଉତ୍ତରଦାୟୀ ବୋଲି ନରସିଂହ କହିଛନ୍ତି । କାହିଁକି ହତ୍ୟା ହେଲା ଏବେ ଯାଏଁ ଜଣାପଡ଼ୁନାହିଁ । କ୍ରାଇମବ୍ରାଞ୍ଚ ସାମ୍ବାଦିକ ସମ୍ମିଳନୀ କରି ସତ କହୁ ।

ଲୋକଙ୍କ ମନରେ ଥିବା ଦ୍ଵନ୍ଦ ଦୂର ହେବ । ଷଡ଼ଯନ୍ତ୍ର ସମ୍ପର୍କରେ ସ୍ୱୀକାର କରିଛନ୍ତି ସରକାର । କିନ୍ତୁ ଏ ଦିଗରେ ଗୃହରାଷ୍ଟ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ କିଛି କହିଲେ ନାହିଁ । ଷଡଯନ୍ତ୍ର ସମ୍ପର୍କରେ ତଦନ୍ତ ହେଉଛି କିନ୍ତୁ ସରକାର ଲୁଚାଉଛନ୍ତି । ସେଥିପାଇଁ ସନ୍ଦେହ ବଢୁଛି,ସସପେକ୍ଟ କିଏ ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର । ଚାଷୀ ସମସ୍ୟା ପ୍ରସଙ୍ଗ ମଧ୍ୟ ଗୃହରେ ଉଠାଇବ କଂଗ୍ରେସ । ଖଣି ଦୃନିତି ସମ୍ପର୍କରେ ଆଲୋଚନା ହେବ । ଦରଦାମ ବୃଦ୍ଧି ସମ୍ପର୍କରେ ଆଲୋଚନା ହେବ । ବିଦ୍ୟୁତ କାଟ ବିଷୟରେ ମଧ୍ୟ ଆଲୋଚନା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ