ତାଲାଣ୍ଡା କେନାଲ-ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପ ସମୀକ୍ଷା କଲେ ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ, ରବିବାର ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନ୍ କଟକସ୍ଥିତ ତାଲାଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ସମୀକ୍ଷା କରିଛନ୍ତି। ୧.୫୫ କିଲୋମିଟରର ତାଲାଣ୍ଡା କେନାଲ ନବୀକରଣ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ ହେବାକୁ ଯାଉଛି।

କେନାଲ କାମକୁ ଜାତୀୟ ରାଜପଥ ପାର୍ଶ୍ୱକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଜାତୀୟ ରାଜପଥ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ସଡ଼କ ସହିତ ନବୀକରଣର ମୋଟ ଲମ୍ବ ୩.୫୫ କିଲୋମିଟର ହେବ । ପ୍ରଥମ ପର୍ଯ୍ୟାୟରେ ଆଗାମୀ ୧୦ ଦିନ ମଧ୍ୟରେ ଏହି କାମ ପାଇଁ କେଉଁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ତାହାର ତାଲିକା ପ୍ରଦାନ କରିବାକୁ ଫାଇଭ୍ ଟି ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି କଟକ ଏସସିବି ମେଡିକାଲ କଲେଜ ଏବଂ ଡାକ୍ତରଖାନାର ଉନ୍ନତିମୂଳକ କାମ ମଧ୍ୟ ତଦାରଖ କରିଛନ୍ତି ଫାଇଭ୍-ଟି ସଚିବ । ଏହି ଗସ୍ତ କାଳରେ ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହିତ ପୂର୍ତ୍ତ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରୀଷ୍ଣା, ଆରଡିସି, ସିଏମସି କମିଶନର ଏବଂ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’