ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାର ସମସ୍ତ ବୁଥରେ ୧୪୪ ଧାରା ଜାରି

ବାଲିଗୁଡା(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲାର ସମସ୍ତ ବୁଥର ୨୦୦ ମିଟର ପରିଧି ମଧ୍ୟରେ ୧୪୪ ଧାରା ଜାରି କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଆଶିଷ ଈଶ୍ୱର ପାଟିଲ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲାର ମୋଟ ୬୬୦ ବୁଥରେ ଏହି ନିର୍ଦ୍ଦେଶ ଲାଗୁ ହୋଇଛି ବୋଲି ଡିଆଇପିଆରଓ ପ୍ରଭାକର ମହାରଣା ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କୌଣସି ଅପରାଧ ଘଟାଇବାର ଅସ୍ତ୍ରଶସ୍ତ୍ର ସାଙ୍ଗରେ ନେବା ଉପରେ କଟକଣା ଲାଗିଛି । ୧୮ ତାରିଖ ଅପରାହ୍ନ ୫ଟା ଠାରୁ ୨୧ ତାରିଖ ମଙ୍ଗଳବାର ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ପୋଲିଂ ବୁଥ ଠାରୁ ୨୦୦ ମିଟର ମଧ୍ୟରେ ପୋଲିଂ ଅଧିକାରୀ, ପୋଲିସ ଅଧିକାରୀ ଓ ଭୋଟରଙ୍କ ବ୍ୟତୀତ ଅନ୍ୟମାନେ ଉପସ୍ଥିତ ରହିବେ ନାହିଁ । ସେଥିପାଇଁ କନ୍ଧମାଳ ଜିଲ୍ଲାପାଳ ୧୪୪ ଜାରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’