ଜାଗର ବାହାରୁ ବାହାରୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୧୧ ତାରିଖରେ ରାଜ୍ୟରେ ମହାଶିବରାତ୍ରି । ଏଥିପାଇଁ ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ କଟକଣା ଜାରି କରାଯାଇଛି । ଏନେଇ ସବୁ ଜିଲ୍ଲାପାଳ ଓ ପୌର କମିସନରମାନଙ୍କୁ ଚିଠି ଲେଖାଯାଇଛି। ଶିବ ମନ୍ଦିର ଭିତରେ ଓ ବାହାରେ ଗହଳି ଉପରେ କଟକଣା ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ କୋଭିଡ କଟକଣା ନିୟମ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର।

ମହାଶିବରାତ୍ରି ଉପଲକ୍ଷେ ବିଭିନ୍ନ ଶୈବପୀଠରେ ମେଳା ବସିଥାଏ କିନ୍ତୁ ଏଥର ମେଳା ବସିବା ଉପରେ କଟକଣା ଜାରି କରାଯାଇଛି। ତେବେ ଏନେଇ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବେ ବୋଲି ଚିଠିରେ କୁହାଯାଇଛି। ଅନ୍ୟପଟେ ଶୋଭନେଶ୍ୱର ଶିବ ମନ୍ଦିର ଓ ଆଖଣ୍ଡଳମଣି ପୀଠରେ ୧୪୪ ଧାରା ଜାରି କାରାଯାଇଛି । ଯେଉଁସବୁ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି ସେଠାରେ ବିନା ଭକ୍ତରେ ହେବ ଜାଗର ଯାତ୍ରା । ମନ୍ଦିରର ସେବାୟତଙ୍କୁ ନେଇ ଠାକୁରଙ୍କ ନିତିକାନ୍ତି କରାଯିବ । ସମସ୍ତ ସେବାୟତ ମାସ୍କ ପିନ୍ଧିବାକୁ ବୈଠକରେ ସ୍ଥିର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!