Masthead

ରାଷ୍ଟ୍ରପତିଙ୍କ ସୁରକ୍ଷାରେ ତ୍ରୁଟି, ହେଲିକପ୍ଟର ନିକଟରେ ସେଲ୍ଫି ଉଠାଇଲେ ଯୁବକ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲାର ବାରିପଦା ବିଶ୍ଵବିଦ୍ୟାଳୟରେ ରାଷ୍ଟ୍ରପତିଙ୍କ ଦିକ୍ଷାନ୍ତ ଭାଷଣ ସମୟର ବିଦ୍ୟୁତ୍ କାଟକୁ ନେଇ ବିତର୍କ ଆରମ୍ଭ ହେଉଥିବାବେଳେ,ଏବେ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ ଉଠିଛି ପ୍ରଶ୍ନ। ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲଫି ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଜଣେ ବ୍ୟକ୍ତି ସିଧାସଳଖ ରାଷ୍ଟ୍ରତିଙ୍କ ହେଲିକପ୍ଟର ନିକଟରେ ସେଲଫି ଉଠାଇଛନ୍ତି । ତାକୁ ଫେସବୁକରେ ପୋଷ୍ଟ କରିଛନ୍ତି । ଗତ ଶୁକ୍ରବାର ରାଷ୍ଟ୍ରପତି ମୟୂରଭଞ୍ଜ ଶିମିଳିପାଳ ପରିଦର୍ଶନ ଆସିଥିଲେ ।

ଯଶୀପୁର ନିକଟ ଛେଳି ଗୁଦୁଲିରେ ହେଲିପ୍ୟାଡରେ ଅବତରଣ କରି ସେ ସଡ଼କ ପଥରେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିଥିଲେ । ତେବେ ରାଷ୍ଟ୍ରପତି ଯିବା ପରେ ହେଲିପ୍ୟାଡରେ ଡିଉଟିରେ ଥିବା ଜଣେ ଫାର୍ମାସିଷ୍ଟ ଗୋଟିଏ ହେଲିକପ୍ଟର ନିକଟରେ ସେଲ୍ଫି ନେଇଥିଲେ । ଫଟୋଟିକୁ ନିଜ ଫେସବୁକ ଆକାଉଣ୍ଟରେ ପୋଷ୍ଟ କରିଥିଲେ ଫାର୍ମାସିଷ୍ଟ । ତାଙ୍କ ନାଁ ଯଶୱନ୍ତ ବେହେରା । କଡ଼ା ସୁରକ୍ଷା ବଳୟ ଭେଦ କରି ହେଲିକପ୍ଟର ସାମ୍ନାରେ ବସି କିଭଳି ଫଟୋ ଉଠାଇଲେ ତାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ