Masthead

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ନିହତ

(ବଡ଼ ଖବର ବ୍ୟୁରୋ): ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ଟଳିଲେ ୨ ଆତଙ୍କବାଦୀ । ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ । ଉତ୍ତର କାଶ୍ମୀରର ସୋପୋର ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏହି ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବନ୍ଧୁକ ଜବତ କରାଯାଇଛି । ସୂଚନାନୁସାରେ, ସେନାକୁ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିଥିଲା ।

ଲଶ୍କର-ଏ ତୋଏବାର ଜଣେ କମାଣ୍ଡର ସମେତ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିଲେ । ଏହାପରେ ଏସଓଜି, ସେନା, ସ୍ଥାନୀୟ ପୋଲିସ, ୨୨ ରାଷ୍ଟ୍ରୀୟ ରାଇଫଲ୍ସ ଓ ସିଆରପିଏଫର ଯବାନ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । ନିଜକୁ ବିପଦରେ ଦେଖି ଆତଙ୍କବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ଏବେ ବି ଆଉ ଜଣେ ଟପ୍ କମାଣ୍ଡର ଲୁଚି ରହିଛି । ତାକୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ