Masthead

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ନିହତ

(ବଡ଼ ଖବର ବ୍ୟୁରୋ): ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ଟଳିଲେ ୨ ଆତଙ୍କବାଦୀ । ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ । ଉତ୍ତର କାଶ୍ମୀରର ସୋପୋର ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏହି ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବନ୍ଧୁକ ଜବତ କରାଯାଇଛି । ସୂଚନାନୁସାରେ, ସେନାକୁ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିଥିଲା ।

ଲଶ୍କର-ଏ ତୋଏବାର ଜଣେ କମାଣ୍ଡର ସମେତ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିଲେ । ଏହାପରେ ଏସଓଜି, ସେନା, ସ୍ଥାନୀୟ ପୋଲିସ, ୨୨ ରାଷ୍ଟ୍ରୀୟ ରାଇଫଲ୍ସ ଓ ସିଆରପିଏଫର ଯବାନ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । ନିଜକୁ ବିପଦରେ ଦେଖି ଆତଙ୍କବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ଏବେ ବି ଆଉ ଜଣେ ଟପ୍ କମାଣ୍ଡର ଲୁଚି ରହିଛି । ତାକୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା