Masthead

ଦେଖନ୍ତୁ ତାଲିକା, କିଏ କେଉଁଠି କରିବେ ପତାକା ଉତ୍ତୋଳନ ?

(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୧୫ରେ ଦେଶ ପାଳନ କରିବ ୭୫ ତମ ସ୍ବାଧୀନତା ଦିବସ । ଏହି ଅବସରରେ ରାଜ୍ୟର ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନରେ ପତାକା ଉତ୍ତୋଳନ ପାଇଁ ଅତିଥିଙ୍କ ନାମ ଘୋଷଣା କରାଯାଇଛି । ରାଜ୍ୟ ସରକାରଙ୍କ ବିଭିନ୍ନ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ପତାକା ଉତ୍ତୋଳନ କରିବେ । ରାଜ୍ୟର ୧୯ ଜିଲ୍ଲାରେ ମନ୍ତ୍ରୀମାନେ ପତାକା ଉତ୍ତୋଳନ କରିବାକୁ ଥିବାବେଳେ ଅନ୍ୟ ଜିଲ୍ଲା ଗୁଡିକରେ ଜିଲ୍ଲାପାଳ ମାନେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସରେ ଯୋଗଦେବେ । ଚଳିତବର୍ଷ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ।

ବରଗଡର ଜିଲ୍ଲାରସ୍ତରୀୟ ସ୍ବାଧୀନତା କାର୍ଯ୍ୟକ୍ରମରେ ଯୋଗଦେବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, କନ୍ଧମାଳରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଗଞ୍ଜାମରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୁରୀରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୟୂରଭଞ୍ଜରେ ପଞ୍ଚାୟତାରାଜ ମନ୍ତ୍ରୀ ପ୍ରତାପ ଜେନା, ସୁନ୍ଦରଗଡେର କୃଷି ମନ୍ତ୍ରୀ ଅରୁଣ ସାହୁ, ବଲାଙ୍ଗୀରରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, କଳାହାଣ୍ଡିରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଯୋଗଦେବେ ।

ସେହିପରି କୋରାପୁଟରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଗଜପତିରେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ନୂଆପଡାରେ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ସମ୍ବଲପୁରରେ ଭିନ୍ନକ୍ଷମ ଓ ମହିଳା ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବାଲେଶ୍ବରରେ ଯୋଗଦେବେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଅନୁଗୋଳରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୋନପୁରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମାଲକାନଗିରିରେ ବୟନ ଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମନୀ ଦିଆନ, ନବରଙ୍ଗପୁରରେ କ୍ରୀଡାମନ୍ତ୍ରୀ ତୁଷାରୀକାନ୍ତୀ ବେହେରା ଯୋଗଦେବା କାର୍ଯ୍ୟକ୍ରମ ରହିଛି । ସେହିପରି ବ୍ରହ୍ମପୁରରେ ଆରଡିସି ଦକ୍ଷିଣାଞ୍ଚଳ, ରାଉରକେଲାରେ ସମ୍ବଲପୁରରେ ଆରଡିସି ଉତ୍ତରାଞ୍ଚଳ, ଖୋର୍ଦ୍ଧା, ଭଦ୍ରକ, ବୌଦ୍ଧ, ଦେଓଗଡ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ରାୟଗଡା, ନୟାଗଡରେ ଜିଲ୍ଲାପାଳମାନେ ଜିଲ୍ଲାସ୍ତରୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼