ପଦ୍ମ ଧରିଲେ ଶେଖର ସୁମନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବିଜେପିରେ ସାମିଲ ହେଲେ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ଶେଖର ସୁମନ । ଶେଖର ସୁମନଙ୍କ ସହ କଂଗ୍ରେସ ମୁଖପାତ୍ର ରାଧିକା ଖେଡା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ନୂଆଦିଲ୍ଲୀରେ ପାର୍ଟି ମୁଖ୍ୟାଳୟରେ ଉଭୟ ନେତା ବିଜେପିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି । ଏହି ଅବସରରେ ବହୁ ବରିଷ୍ଠ ବିଜେପି ନେତା ଉପସ୍ଥିତ ଥିଲେ । ବିଜେପିରେ ଯୋଗ ଦେବା ପରେ ଶେଖର ସୁମନ କହିଛନ୍ତି, “ମୁଁ ଏହି ପଦକ୍ଷେପ ନେବି ବୋଲି ଗତକାଲି ପର୍ଯ୍ୟନ୍ତ ଜାଣିନଥିଲି।

ଭଗବାନଙ୍କୁ ଧନ୍ୟବାଦ ସେ ମୋତେ ଏପରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଁ ସକାରାତ୍ମକ ଚିନ୍ତାଧାରା ସହିତ ଆସିଛି । ରାମ ଯାହା ନିଷ୍ପତ୍ତି ନେଇଛନ୍ତି ତାହା କରିବାକୁ ହେବ । ମୋ ମନରେ କେବଳ ଦେଶ ବିଷୟରେ ଚିନ୍ତା ଅଛି । ମୋଦୀ ଜୀଙ୍କ ମାର୍ଗଦର୍ଶନରେ ଦେଶ ଯେଉଁ ବିକାଶ କରୁଛି ସେଥିରେ ଯୋଗଦେବା ପ୍ରତ୍ୟେକ ଭାରତୀୟଙ୍କ କର୍ତ୍ତବ୍ୟ ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!