Masthead

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ। ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଥିଲେ ସମୀର ଦେ । ଫୁସଫୁସ ଜନିତ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ସମୀର ଦେ । ସମୀର ଦେଙ୍କ ବିୟୋଗ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି । ତାଙ୍କ ଦେହାନ୍ତରେ ରାଜ୍ୟ ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି । ବହୁ ନେତା ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି ।

ସ୍ବାସ୍ଥ୍ୟଗତ ସମସ୍ୟା ନେଇ ସେ ଦୀର୍ଘ ଦିନ ହେବ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଫୁସଫୁସ ଜନିତ ସଂକ୍ରମଣରେ ଆକ୍ରାନ୍ତ ଥିଲେ । ନିମୋନିଆ,କିଡନୀ, ରକ୍ତଚାପ ଜନିତ ରୋଗରେ ପୀଡିତ ଥିଲେ । କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାଙ୍କୁ ଭେଟିଥିଲେ । ୨୦୦୦ ରୁ ୨୦୦୪ ଯାଏଁ ନଗର ଉନ୍ନୟନ ମନ୍ତ୍ରୀ ଥିଲେ ସମୀର ଦେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଉଚ୍ଚଶିକ୍ଷା ମନ୍ତ୍ରୀ ଥିଲେ । ୧୯୫୫ରେ ବିଧାନସଭାରେ ଏଣ୍ଟ୍ରି ମାରିଥିଲେ ସମୀର ଦେ । ମେଣ୍ଟ ସରକାରରେ ମନ୍ତ୍ରୀ ଥିଲେ ସେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା