ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ମୃତ୍ୟୁ ହୋଇଛି । କିଛି ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ସେ ୨୦୦୪ରୁ ୨୦୦୯ ଯାଏଁ କୋରେଇ ବିଧାୟିକା ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ସଞ୍ଚିତାଙ୍କ ଦେହାନ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମାଲଙ୍କ ସମେତ ବହୁ ବିଜେପି ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସଞ୍ଜିତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର କୁମାର ସିଂହ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ପରେ ଓଡ଼ିଶୀ ନୃତ୍ୟରେ ସ୍ନାତକତ୍ତୋର କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପଢ଼ିଥିଲେ । ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳର ଜଣେ କର୍ମୀ ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭାର ୧୩ଶ ସଭାକୁ ନିର୍ବାଚିତ ହୋଇଥିଲେ

ସଞ୍ଚିତା ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି କୋରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏଁ କାର୍ଯ୍ୟ କରିଥିଲେ। ଏହି ବିଧାନ ସଭାରେ ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!