Masthead

ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ: ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ । ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ଗତକାଲି ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ଆଡଭାନୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ଓ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆସୁଛି । ଅନ୍ୟପଟେ ପରିବାର ପକ୍ଷରୁ କୁହାଯାଇଛି ବୟସଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ସତର୍କତାମୂଳକ ଭାବେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଛି ।
ତେବେ ଭାରତୀୟ ରାଜନୀତିର ଜଣେ ପରିଚିତ ଚେହେରା ଲାଲକୃଷ୍ଣ ଆଡଭାନୀ । ସାମ୍ବାଦିକତାରୁ ସଂଘ, ସଂଗଠନରୁ ସକ୍ରୀୟ ରାଜନୀତିର ସେ ଅଭୁଲା ଚେହେରା।

ନଭେମ୍ବର ୮ ତାରିଖ ୧୯୨୭ ମସିହାରେ ପାକିସ୍ତାନର କରାଚୀରେ ସେ ଜନ୍ମଗ୍ରହଣ କରିଥିଲେ । ୧୯୭୦ରେ ପ୍ରଥମଥର ଲାଗି ଦିଲ୍ଲୀରୁ ସଂସଦର ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଆଡଭାନୀ। ସେ ଲୋକସଭାକୁ ୫ ଥର ଓ•ରାଜ୍ୟସଭାରେ ୪ ଥର ସାଂସଦ ଭାବେ କାର୍ୟ୍ୟ ତୁଲାଇଛନ୍ତି। ୨୦୦୨ ଜୁନରୁ ୨୦୦୪ ମସିହା ମେ’ ମାସ ପର୍ୟ୍ୟନ୍ତ ସେ ଉପପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଛନ୍ତି । ତାଙ୍କର ସଂସଦୀୟ କାର୍ୟ୍ୟ ସର୍ବଦା ଅନୁକରଣୀୟ ଏବଂ ସମୃଦ୍ଧିରେ ଭରପୁର ରହିଛି। ୩ ଥର ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ପଦରେ ମଧ୍ୟ କାର୍ୟ୍ୟ ତୁଲାଇଛନ୍ତି। ଚଳିତବର୍ଷ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି