ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ପରଲୋକରେ ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜ । ଏକ ସଡକ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ଭୁବନେଶ୍ୱର ଉପକଣ୍ଠ ଯାଁଳା ନିକଟରେ ଏକ ଅଜଣା ଗାଡି ତାଙ୍କ ବାଇକକୁ ଧକ୍କା ଦେବାରୁ ସେ ରାସ୍ତା ଉପରେ ଛିଟିକି ପଡିଥିଲେ । ଗାଡିଟି ତାଙ୍କ ମୁଣ୍ଡ ଉପରେ ଚଢିଯାଇଥିଲା । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ଘଟାଇଥିବା ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଶ୍ରୀ ମଙ୍ଗରାଜ ୧୯୮୦ ମସିହାରେ ନିଜର ସାମ୍ବାଦିରତା କ୍ୟାରିଅର ଆରମ୍ଭ କରିଥିଲେ । ସେ ସମ୍ବାଦ ଓ ପ୍ରଜାତନ୍ତ୍ର ଭଳି ଖବର କାଗଜରେ ଦୀର୍ଘ ବର୍ଷ ଧରି କାମ କରିଥିଲେ । ପରବର୍ତ୍ତୀ ସମୟରେ ସେ ତାଙ୍କର ସାପ୍ତାହିକ ଖବର କାଗଜ ‘ନେତା’ ପ୍ରକାଶ କରିଆସୁଥିଲେ । ଗତ କିଛି ବର୍ଷ ତଳେ ତାଙ୍କ ପତ୍ନୀ ଲେଖିକା ତଥା ସାମ୍ବାଦିକା ଜୋତ୍ସ୍ନା ରାଉତରାୟଙ୍କର ମୃତ୍ୟୁ ହୋଇଥିଲା ।

ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିଅର ଉପରେ ଏକ ବହି ‘ବିଜୁ ବିଜୁ ବିଜୁ’ ଲେଖିଥିଲେ । ଶ୍ରୀ ମଙ୍ଗରାଜଙ୍କ ମୃତ୍ୟୁରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ