Masthead

ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ପରଲୋକରେ ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜ । ଏକ ସଡକ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ଭୁବନେଶ୍ୱର ଉପକଣ୍ଠ ଯାଁଳା ନିକଟରେ ଏକ ଅଜଣା ଗାଡି ତାଙ୍କ ବାଇକକୁ ଧକ୍କା ଦେବାରୁ ସେ ରାସ୍ତା ଉପରେ ଛିଟିକି ପଡିଥିଲେ । ଗାଡିଟି ତାଙ୍କ ମୁଣ୍ଡ ଉପରେ ଚଢିଯାଇଥିଲା । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ଘଟାଇଥିବା ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଶ୍ରୀ ମଙ୍ଗରାଜ ୧୯୮୦ ମସିହାରେ ନିଜର ସାମ୍ବାଦିରତା କ୍ୟାରିଅର ଆରମ୍ଭ କରିଥିଲେ । ସେ ସମ୍ବାଦ ଓ ପ୍ରଜାତନ୍ତ୍ର ଭଳି ଖବର କାଗଜରେ ଦୀର୍ଘ ବର୍ଷ ଧରି କାମ କରିଥିଲେ । ପରବର୍ତ୍ତୀ ସମୟରେ ସେ ତାଙ୍କର ସାପ୍ତାହିକ ଖବର କାଗଜ ‘ନେତା’ ପ୍ରକାଶ କରିଆସୁଥିଲେ । ଗତ କିଛି ବର୍ଷ ତଳେ ତାଙ୍କ ପତ୍ନୀ ଲେଖିକା ତଥା ସାମ୍ବାଦିକା ଜୋତ୍ସ୍ନା ରାଉତରାୟଙ୍କର ମୃତ୍ୟୁ ହୋଇଥିଲା ।

ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିଅର ଉପରେ ଏକ ବହି ‘ବିଜୁ ବିଜୁ ବିଜୁ’ ଲେଖିଥିଲେ । ଶ୍ରୀ ମଙ୍ଗରାଜଙ୍କ ମୃତ୍ୟୁରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ