Masthead

ସେରୋ ସର୍ଭେ: ୪୫-୬୦ବର୍ଗର ଲୋକଙ୍କ ଠାରେ ଅଧିକ ଆଣ୍ଟିବଡି ବିକଶିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚତୁର୍ଥ ଜାତୀୟ ସେରୋ ସର୍ଭେ ରିପୋର୍ଟ ଅନୁଯାୟୀ ୪୫-୬୦ବର୍ଗର ଲୋକଙ୍କ ଠାରେ ଅଧିକ ଆଣ୍ଟିବଡି ବିକଶିତ ହୋଇଛି । ଯାହା ୧୮-୪୪ ବର୍ଷ ବର୍ଗଙ୍କ ଠାରୁ ଅଧିକ । ୬ରୁ ୧୭ ବର୍ଷ ଭିତରେ ୫୦ ପ୍ରତିଶତ ପିଲା ସଂକ୍ରମିତ ହୋଇସାରିଛନ୍ତି ବୋଲି ସେରୋ ସର୍ଭେ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ସେମାନଙ୍କର ଆଣ୍ଟିବଡି ବୃଦ୍ଧି ହୋଇଛି । ୪୫ରୁ ୬୦ ବର୍ଷ ବୟସ୍କ ଭିତରେ ୭୭.୬ ପ୍ରତିଶତ ଲୋକଙ୍କର ଆଣ୍ଟିବଡି ବୃଦ୍ଧି ହୋଇଛି ।

ସେହିଭଳି ୭୬ ପ୍ରତିଶତ ୬୦ ବର୍ଷରୁ ଅଧିକ ଲୋକଙ୍କର ଆଣ୍ଟିବଡ଼ି ବୃଦ୍ଧି ହୋଇଛି । ତା ସହ ଦେଶର ମୋଟ ଜନସଂଖ୍ୟାର ପ୍ରାୟ ୬୭.୬ ପ୍ରତିଶତ ଲୋକଙ୍କ ନିକଟରେ କୋଭିଡ-୧୯ ବିରୋଧରେ ଆଣ୍ଟିବଡ଼ି ବିକଶିତ ହୋଇଛି । ତଥାପି ବିପଦର ବଳୟ ଭିତରେ ୪୦ କୋଟି ଲୋକ ଥିବା ଚତୁର୍ଥ ଜାତୀୟ ସେରୋ ସର୍ଭେ ରିପୋର୍ଟରେ ଉଲ୍ଲେଖ । । ପ୍ରାକୃତିକ ଉପାୟରେ କରୋନା ଆଣ୍ଟିବଡ଼ି ସୃଷ୍ଟି ହେଉଥିବା ଲୋକମାନେ ଅଧିକ ସୁରକ୍ଷିତ । କରୋନାର ପ୍ରଥମ ଲହରରେ ଯେଉଁ ବ୍ୟକ୍ତିଙ୍କର ସେରୋ ସର୍ଭେ କରାଯାଇଥିଲା, ସେମାନଙ୍କ ମଧ୍ୟରୁ ୨ହଜାର ୨୩୮ ଜଣ ପୁନଃ ସଂକ୍ରମିତ ନେଇ ଆଉ ଏକ ସର୍ଭେ କରାଯାଇଥିଲା ।

ଏଥିରୁ ଜଣାପଡ଼ିଛି ଯେ, ୧୧ଶହ ୭୦ ଅର୍ଥାତ୍ ୫୨.୦୭ ପ୍ରତିଶତ ବ୍ୟକ୍ତିଙ୍କଠାରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି । ଏହି ସେରୋ ସର୍ଭେ ରିପୋର୍ଟ ଅନୁସାରେ ଦ୍ୱିତୀୟ ଲହରରେ ଏହି ଲୋକମାନେ ଅଧିକ ସୁରକ୍ଷିତ । ତେବେ ଏହି ସେରୋ ସର୍ଭେ ରିପୋର୍ଟ ପରେ ଏବେ ଲୋକେ ସତର୍କ ରହିବା ଆବଶ୍ୟକତା ଥିବା ଆଇସିଏମ୍ଆର ନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି । ଏଥିସହିତ ସାମାଜିକ, ଧାର୍ମିକ ଏବଂ ରାଜେନୖତିକ କାର୍ଯ୍ୟକ୍ରମ ଆୟୋଜନକୁ ବାରଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ