Masthead

କେଜ୍ରିଓ୍ବାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ସଂପର୍କିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା ଲାଗିଛି । କେଜ୍ରିୱାଲଙ୍କ ଜାମିନକୁ ନେଇ ତଳ କୋର୍ଟଙ୍କ ରାୟ ଉପରେ ରୋକ ଲଗାଇ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ । ହାଇକୋର୍ଟ ମାମଲାର ଶୁଣାଣି ନକରିବା ଯାଏଁ ତିହାର ଜେଲରୁ ବାହାରି ପାରିବେ ନାହିଁ କେଜ୍ରିୱାଲ । ଇଡି କେଜ୍ରିୱାଲଙ୍କୁ ଦିଆଯାଇଥିବା ଜାମିନକୁ ବିରୋଧ କରି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା। ଇଡି ଏହାର ଆବେଦନରେ କହିଥିଲା ଯେ, ତଦନ୍ତର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ କେଜ୍ରିୱାଲଙ୍କୁ ଜାମିନ ମିଳିବା ତଦନ୍ତ ଉପରେ ପ୍ରଭାବ ପକାଇବ କାରଣ କେଜ୍ରିୱାଲ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅଛନ୍ତି।

ଏହି ମାମଲାରେ କେଜ୍ରିୱାଲଙ୍କ ଓକିଲ ଅଭିଷେକ ମନୁଙ୍କ ଅପିଲକୁ କୋର୍ଟ ଖାରଜ କରିଦେଇଥିଲେ ଏବଂ ଏହି ମାମଲାର ଜରୁରୀ ଶୁଣାଣି ଆବଶ୍ୟକ ନଥିବା କହିଥିଲେ। ଏହାରି ମଧ୍ୟରେ ବିଚାରପତି ସୁଧୀର ଜୈନ କହିଥିଲେ ଯେଉଁ ପର୍ଯ୍ୟନ୍ତ ହାଇକୋର୍ଟରେ ଏହି ମାମଲାର ଶୁଣାଣି ଚାଲିଛି, ସେ ପର୍ଯ୍ୟନ୍ତ ନିମ୍ନ ଅଦାଲତର ଆଦେଶ ପ୍ରଭାବୀ ହେବ ନାହିଁ। ଖବର ଅନୁଯାୟୀ ଏହି ମାମଲାରେ ବିଚାରପତି ସୁଧୀର ଜୈନ ଏବଂ ରବିନ୍ଦର ଡୁଡେଜାଙ୍କ ଖଣ୍ଡପୀଠ ଶୁଣାଣି କରୁଛନ୍ତି।

ଇଡି ପକ୍ଷରୁ ହାଜର ହୋଇଥିବା ଓକିଲ କହିଥିଲେ ନିମ୍ନ ଅଦାଲତରେ ଏହି ମାମଲାରେ ସେମାନଙ୍କର ପକ୍ଷ ରଖିବାକୁ ପର୍ଯ୍ୟାପ୍ତ ସମୟ ଦିଆଯାଇ ନଥିଲା। ଗୁରୁବାର ନିମ୍ନ ଅଦାଲତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ଦେଇଥିଲେ। ଯାହାକୁ ବିରୋଧ କରି ଇଡି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା। ତଳ କୋର୍ଟ ଗୁରୁବାର (୨୦ ଜୁନ୍ ୨୦୨୪) ଆମ ଆଦମୀ ପାର୍ଟି (ଆପ୍)ର ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜାମିନ ଦେଇଥିଲେ । ଫଳରେ ଜୁନ୍ ୨୧ (ଶୁକ୍ରବାର) ତିହାର ଜେଲରୁ ବାହାରକୁ ଆସିଥାନ୍ତେ । କିନ୍ତୁ ହାଇକୋର୍ଟ ଏହା ଉପରେ ରୋକ ଲଗାଇ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା