Masthead

ପୁଣି ଅଶାନ୍ତ ମଣିପୁର, ବାପ-ପୁଅଙ୍କ ସମେତ ୪ ଜଣଙ୍କୁ ହତ୍ୟା କଲେ ଆତଙ୍କବାଦୀ

ମଣିପୁର (ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ହୋଇଛି ମଣିପୁର। ଗଡ଼ିଛି ନିରୀହଙ୍କ ମୁଣ୍ଡ। ୪ ନିରୀହ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଆତଙ୍କବାଦୀ। ମଣିପୁରର ବିଷ୍ଣୁପୁର ଜିଲ୍ଲାର ଅକାସୋଇ ଗ୍ରାମର ୪ ଜଣ ନିଖୋଜ ଥିବା ବେଳେ ଗତକାଲି ସେମାନଙ୍କ ମୃତଦେହ ବିଷ୍ଣୁପୁର ଓ ଚୁରଚାନ୍ଦପୁର ଜିଲ୍ଲା ସୀମାରୁ ଉଦ୍ଧାର ହୋଇଛି। ମୃତକଙ୍କ ମଧ୍ୟରେ ବାପ-ପୁଅ ବି ଥିବା ଜଣାପଡିଛି । ବିଷ୍ଣୁପୁର ଜିଲ୍ଲାର ଅକାସୋଇ ଗ୍ରାମର ୪ ଜଣ ଗତ ବୁଧବାର ଚୁରଚାନ୍ଦପୁର ଜିଲ୍ଲା ନିକଟବର୍ତ୍ତୀ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ। ଏହାପରଠୁ ସେମାନଙ୍କ ପତ୍ତା ମିଳୁ ନ ଥିଲା।

ଏନେଇ ପରିବାର ଲୋକେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଆତଙ୍କବାଦୀମାନେ ସେମାନଙ୍କୁ ବନ୍ଦୀ କରିନେଇଥିବା ପୋଲିସ ସନ୍ଦେହ କରିଥିଲା। ବହୁ ଖୋଜାଖୋଜି ପରେ ଗତକାଲି ବିଷ୍ଣୁପୁର ଜିଲ୍ଲାର କୁମ୍ବିଠୁ ୪ ମୃତଦେହକୁ ଉଦ୍ଧାର କରାଯାଇଛି । ପ୍ରଥମେ ମୃତଦେହଗୁଡ଼ିକର ଭିଡିଓ ଓ ଫଟୋ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ସୂଚନା ପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ପରିବାର ଲୋକେ ଏହାକୁ ଚିହ୍ନଟ କରିବା ପରେ ସମସ୍ତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ଘଟଣାକୁ ନେଇ ମଣିପୁରରେ ପୁଣି ଥରେ ହିଂସା ତେଜିବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ