ପୁଣି ଅଶାନ୍ତ ମଣିପୁର, ବାପ-ପୁଅଙ୍କ ସମେତ ୪ ଜଣଙ୍କୁ ହତ୍ୟା କଲେ ଆତଙ୍କବାଦୀ

ମଣିପୁର (ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ହୋଇଛି ମଣିପୁର। ଗଡ଼ିଛି ନିରୀହଙ୍କ ମୁଣ୍ଡ। ୪ ନିରୀହ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଆତଙ୍କବାଦୀ। ମଣିପୁରର ବିଷ୍ଣୁପୁର ଜିଲ୍ଲାର ଅକାସୋଇ ଗ୍ରାମର ୪ ଜଣ ନିଖୋଜ ଥିବା ବେଳେ ଗତକାଲି ସେମାନଙ୍କ ମୃତଦେହ ବିଷ୍ଣୁପୁର ଓ ଚୁରଚାନ୍ଦପୁର ଜିଲ୍ଲା ସୀମାରୁ ଉଦ୍ଧାର ହୋଇଛି। ମୃତକଙ୍କ ମଧ୍ୟରେ ବାପ-ପୁଅ ବି ଥିବା ଜଣାପଡିଛି । ବିଷ୍ଣୁପୁର ଜିଲ୍ଲାର ଅକାସୋଇ ଗ୍ରାମର ୪ ଜଣ ଗତ ବୁଧବାର ଚୁରଚାନ୍ଦପୁର ଜିଲ୍ଲା ନିକଟବର୍ତ୍ତୀ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ। ଏହାପରଠୁ ସେମାନଙ୍କ ପତ୍ତା ମିଳୁ ନ ଥିଲା।

ଏନେଇ ପରିବାର ଲୋକେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଆତଙ୍କବାଦୀମାନେ ସେମାନଙ୍କୁ ବନ୍ଦୀ କରିନେଇଥିବା ପୋଲିସ ସନ୍ଦେହ କରିଥିଲା। ବହୁ ଖୋଜାଖୋଜି ପରେ ଗତକାଲି ବିଷ୍ଣୁପୁର ଜିଲ୍ଲାର କୁମ୍ବିଠୁ ୪ ମୃତଦେହକୁ ଉଦ୍ଧାର କରାଯାଇଛି । ପ୍ରଥମେ ମୃତଦେହଗୁଡ଼ିକର ଭିଡିଓ ଓ ଫଟୋ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ସୂଚନା ପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ପରିବାର ଲୋକେ ଏହାକୁ ଚିହ୍ନଟ କରିବା ପରେ ସମସ୍ତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ଘଟଣାକୁ ନେଇ ମଣିପୁରରେ ପୁଣି ଥରେ ହିଂସା ତେଜିବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’