Masthead

ସେକ୍ସ ରାକେଟ୍ ଠାବ, ୨ ଗିରଫ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ କାଲଟେକ୍ସ ନିକଟରେ ଧରାପଡ଼ିଛି ସେକ୍ସ ରାକେଟ୍ । ଜଣକୁ ଗିରଫ କରିଛି ଟାଉନ ଥାନା ପୋଲିସ । ୨ ଯୁବତୀଙ୍କୁ ଉଦ୍ଧାର କରାଯାଇଛି । ଗୋଟିଏ କାର ଜବତ କରିଛି ପୋଲିସ । ଉଦ୍ଧାର ହୋଇଥିବା ଯୁବତୀ ଦ୍ୱୟ ବାଲେଶ୍ଵର ଅଞ୍ଚଳର। ଗତକାଲି ପୁଲିସର ଚଢ଼ାଉ ବେଳେ ସେଠାରେ ଥିବା ଗ୍ରାହକ ଖସି ପଳାଇଥିଲେ ବୋଲି ଜଣାପଡ଼ିଛି।

ଗିରଫ ବ୍ୟକ୍ତି ଜଣଙ୍କ ସ୍ଥାନୀୟ ଅଞ୍ଚଳର। ସେକ୍ସ ରାକେଟ ଚଲାଇବା ଅଭିଯୋଗରେ ଦୁଇ ବର୍ଷ ତଳେ ବି ସେ ଗିରଫ ହୋଇଥିଲେ। ତାଙ୍କ ପତ୍ନୀଙ୍କୁ ମଧ୍ୟ ପୁଲିସ୍ ଗିରଫ କରିଥିଲା। ତେବେ ଜେଲ୍‌ରୁ ବାହାରିବା ପରେ ପୁଣି ସେମାନେ ସେକ୍ସ ରାକେଟକୁ ସକ୍ରିୟ କରିଥିଲେ। ଏନେଇ ଅଧିକ ଖୋଳତାଡ଼ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ